୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ହାଇକମାଣ୍ଡଙ୍କ ସହ ଆଲୋଚନା ବେଳେ ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ। ଆଗକୁ ପୌର ନିର୍ବାଚନ ଅଛି। ଏଣୁ ଏବେ ନିରଞ୍ଜନ ପଟ୍ଟନାୟକଙ୍କୁ ନହଟାଇବାକୁ କହିବୁ। ତୃଣମୂଳସ୍ତରରେ କର୍ମୀମାନେ ଏକାଠି ଅଛନ୍ତି, ଉପରେ ନେତା ବିଭାଜିତ। ନିର୍ବାଚନ ବେଳେ ନିରଞ୍ଜନ କର୍ମୀଙ୍କୁ ଏକାଠି କରିବାରେ ସମୟ ଦେଇଛନ୍ତି। ତେଣୁ ଶରତ, ଜୟଦେବ ଓ ନିରଞ୍ଜନ ଏକାଠି ହେଲେ ଦଳ ସୁଦୃଢ଼ ହେବ ବୋଲି ତାରା କହିଛନ୍ତି।

ପ୍ରକାଶଯୋଗ୍ୟ, ଦିଲ୍ଲୀ ଗସ୍ତ କାଳରେ କଂଗ୍ରେସର ଏକ ବଡ଼ ବୈଠକ ବସିବ। ଏଥିରେ ଏଆଇସିସି ଅଧ୍ୟକ୍ଷ ଚୟନ ଓ ସାଙ୍ଗଠନିକସ୍ତରରେ ବଡ଼ ଧରଣର ଅଦଳବଦଳ ହେବା ନେଇ ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri