Posted inଜାତୀୟ

୨୨ରେ ନିର୍ଭୟା-ଦୋଷୀଙ୍କୁ ହେବନି ଫାଶୀ !

ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ରେ ଫାଶୀ ହୋଇ ନ ପାରେ। ଦିଲ୍ଲୀ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ କୁହାଯାଇଛି ଯେ, ଏତେ ଶୀଘ୍ର ଫାଶୀ ଦେବା ଅସମ୍ଭବ। ଦିଲ୍ଲୀ ସରକାରଙ୍କ ଆଇନଜୀବୀ କହିଛନ୍ତି ଯୁକ୍ତି ଦର୍ଶାଇଛନ୍ତି ରାଷ୍ଟ୍ରପତିଙ୍କ ପାଖକୁ ପଠାଯାଇଥିବା ରାଜକ୍ଷମା ଖାରଜ ହେବାର ୧୪ ଦିନ ପରେ ଦୋଷୀଙ୍କୁ ଫାଶୀ ଦିଆଯିବ। ଏହି ସମୟ ମଧ୍ୟରେ ଦୋଷୀ ନିଜ ପରିବାର ବର୍ଗଙ୍କୁ ସାକ୍ଷାତ୍‌ କରିପାରିବେ। ସୂଚନାଯୋଗ୍ୟ, ମଙ୍ଗଳବାର ସୁପ୍ରିମ୍‌ କୋର୍ଟରେ କ୍ୟୁରେଟିଭ୍‌ ପିଟିଶନ୍‌ ଖାରଜ ହେବା ପରେ ମୁକେଶ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଦାଖଲ କରିଥିଲେ। ଏହା ସହିତ ଦିଲ୍ଲୀ ହାଇକୋର୍ଟରେ ରାଜକ୍ଷମା ପାଇଁ ଆବେଦନ ଦାଖଲ କରାଯାଇଥିବା ଦର୍ଶାଇ ମୃତ୍ୟୁ ଓ୍ବାରେଣ୍ଟ ଉପରେ ରୋକୋ ଲଗାଇବା ଲାଗି ଆବେଦନ କରିଥିଲେ। ବୁଧବାର ହାଇକୋର୍ଟରେ ମୁକେଶଙ୍କ ଆଇନଜୀବୀ ନିଜ ପକ୍ଷ ରଖିଥିଲେ। ଏନେଇ ହାଇକୋର୍ଟଙ୍କ ପକ୍ଷରୁ ଦିଲ୍ଲୀ ସରକାରଙ୍କ ଆଇନଜୀବୀଙ୍କ ମତାମତ ଲୋଡ଼ାଯାଇଥିଲା। ସରକାରୀ ଆଇନଜୀବୀ ସୂଚିତ କରିଥିଲେ ଯେ, ସୁପ୍ରିମ୍‌କୋର୍ଟ ରାୟକୁ ପାଳନ କରାଯିବ। ତେବେ ରାଷ୍ଟ୍ରପତିଙ୍କ ପାଖରେ ଆବେଦନ କରାଯାଇଥିବା ରାଜକ୍ଷମା ଖାରଜ ହେବାର ୧୪ ଦିନ ପରେ ହିଁ ଫାଶୀ ଦିଆଯିବ। ତେଣୁ ଜାନୁୟାରୀ ୨୨ରେ ଫାଶୀ ଦେବା ଲାଗି ଜାରି ହୋଇଥିବା ମୃତ୍ୟୁ ଓ୍ବାରେଣ୍ଟ୍‌ ଅନୁସାରେ ଧାର୍ଯ୍ୟ ଦିନ ଏଭଳି ହୋଇ ପାରିବ ନାହିଁ। ହାଇକୋର୍ଟ କହିଛନ୍ତି ଯେ, ମୃତ୍ୟୁ ଓ୍ବାରେଣ୍ଟ ଜାରି କରିଥିବା ନିମ୍ନ ଅଦାଲତଙ୍କ ରାୟରେ କୌଣସି ଭୁଲ୍‌ ନାହିଁ। ତେଣୁ ଏଥିରେ ରୋକୋ ଲଗାଯାଇ ପାରିବ ନାହିଁ।।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri