୨୨୬୧ ପଞ୍ଚାୟତରେ ୧,୨୫,୨୩୭ ଅସହାୟଙ୍କୁ ଖାଦ୍ୟ ବଣ୍ଟନ:୬୦ ପ୍ରତିଶତ ହିତାଧିକାରୀଙ୍କୁ ମିଳିଛି ପେନ୍‌ସନ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ରାଜ୍ୟର ପ୍ରତି ପଞ୍ଚାୟତରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଜରିଆରେ ଅସହାୟ ଓ ନିରାଶ୍ରୟ ବ୍ୟକ୍ତିଙ୍କୁ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସୋମବାର ସୁଦ୍ଧା ରାଜ୍ୟର ୨୨୬୧ଟି ଗ୍ରାମପଞ୍ଚାୟତରେ ୧ଲକ୍ଷ ୨୫ହଜାର ୨୩୭ ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ପୌରାଞ୍ଚଳରେ ୮୦ଟି କ୍ୟାମ୍ପ ଜରିଆରେ ୧୯ହଜାର ୮୮୬ ଜଣଙ୍କୁ ଖାଦ୍ୟ ବିତରଣ କରାଯାଇଛି। ନିରାଶ୍ରୟ ଓ ଅସହାୟମାନେ ଏହି ରନ୍ଧା ଖାଦ୍ୟ ଘରକୁ ମଧ୍ୟ ନେଇପାରିବେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମ ବଳବତ୍ତର ରହିବ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ୍‌ ସମୟରେ ରାଜ୍ୟର ୫ ମହାନଗର ନିଗମ ଓ ୪୮ ପୌରସଂସ୍ଥା ଅଞ୍ଚଳରେ ବୁଲା ଜୀବଜନ୍ତୁମାନଙ୍କୁ ଖାଦ୍ୟ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୫୪ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି। ସେହିପରି ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ୪ ମାସର ଅଗ୍ରୀମ ପେନ୍‌ସନ (ପତ୍ତା) ନିଆଯାଉଛି। ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ହିତାଧିକାରୀଙ୍କୁ ପେନ୍‌ସନ ବଣ୍ଟା ସରିଥିବାବେଳେ ଅବଶିଷ୍ଟ ହିତାଧିକାରୀଙ୍କୁ ତୁରନ୍ତ ଦିଆଯିବାର ପ୍ରକ୍ରିୟା ଜାରି ରହିଛି ବୋଲି ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri