୨୨୬୧ ପଞ୍ଚାୟତରେ ୧,୨୫,୨୩୭ ଅସହାୟଙ୍କୁ ଖାଦ୍ୟ ବଣ୍ଟନ:୬୦ ପ୍ରତିଶତ ହିତାଧିକାରୀଙ୍କୁ ମିଳିଛି ପେନ୍‌ସନ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ରାଜ୍ୟର ପ୍ରତି ପଞ୍ଚାୟତରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଜରିଆରେ ଅସହାୟ ଓ ନିରାଶ୍ରୟ ବ୍ୟକ୍ତିଙ୍କୁ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସୋମବାର ସୁଦ୍ଧା ରାଜ୍ୟର ୨୨୬୧ଟି ଗ୍ରାମପଞ୍ଚାୟତରେ ୧ଲକ୍ଷ ୨୫ହଜାର ୨୩୭ ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ପୌରାଞ୍ଚଳରେ ୮୦ଟି କ୍ୟାମ୍ପ ଜରିଆରେ ୧୯ହଜାର ୮୮୬ ଜଣଙ୍କୁ ଖାଦ୍ୟ ବିତରଣ କରାଯାଇଛି। ନିରାଶ୍ରୟ ଓ ଅସହାୟମାନେ ଏହି ରନ୍ଧା ଖାଦ୍ୟ ଘରକୁ ମଧ୍ୟ ନେଇପାରିବେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମ ବଳବତ୍ତର ରହିବ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ୍‌ ସମୟରେ ରାଜ୍ୟର ୫ ମହାନଗର ନିଗମ ଓ ୪୮ ପୌରସଂସ୍ଥା ଅଞ୍ଚଳରେ ବୁଲା ଜୀବଜନ୍ତୁମାନଙ୍କୁ ଖାଦ୍ୟ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୫୪ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି। ସେହିପରି ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ୪ ମାସର ଅଗ୍ରୀମ ପେନ୍‌ସନ (ପତ୍ତା) ନିଆଯାଉଛି। ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ହିତାଧିକାରୀଙ୍କୁ ପେନ୍‌ସନ ବଣ୍ଟା ସରିଥିବାବେଳେ ଅବଶିଷ୍ଟ ହିତାଧିକାରୀଙ୍କୁ ତୁରନ୍ତ ଦିଆଯିବାର ପ୍ରକ୍ରିୟା ଜାରି ରହିଛି ବୋଲି ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି, ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri