୨୨ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ, ୧୮।୮: ଢେଙ୍କାନାଳରେ କାୟା ବିସ୍ତାର କଲାଣି ଧଳା ଜହର ଚେର। ଶନିବାର ସ୍ଥାନୀୟ ବାଜିଚୌକଠାରୁ ଅବକାରୀ ବିଭାଗ ଏବଂ ଟାଉନ ଥାନା ପୋଲିସ ଚଢ଼ାଉ କରି ୨୨ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ୧୪୮୦ ଟଙ୍କା ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ଜୟଗୋପାଳ ସାହିର ରାହୁଲ କୁମାର ରାଉତ ଏବଂ ରାମେଶ୍ୱରପୁର ଅଞ୍ଚଳର ଗଣେଶ୍ୱର ଖୁଣ୍ଟିଆ ଗିରଫ ହୋଇଛନ୍ତି। ଜବତ ବ୍ରାଉନ୍‌ସୁଗାରର ଆନୁମାନିକ ମୂଲ୍ୟ ୨ଲକ୍ଷ ୨୦ ହଜାର ଟଙ୍କା ହେବ। ସହରରୁ ପ୍ରଥମ ଥର ଏହି ନିଶାଦ୍ରବ୍ୟ ଜବତ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।
ଦୀର୍ଘଦିନ ହେବ ରାମେଶ୍ୱରପୁର ଓଭରବ୍ରିଜ୍‌ ତଳେ ବ୍ରାଉନ୍‌ସୁଗାର କାରବାର ଚାଲିଥିଲା। ଶନିବାର ଗୋଇନ୍ଦା ସୂଚନା ମିଳିବା ପରେ କଟକସ୍ଥିତ ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ବାଡ୍‌ ଇନ୍ସପେକ୍ଟର ପ୍ରମୋଦ କୁମାର ପଣ୍ଡା, ଏସ୍‌ଆଇ କାଳିନ୍ଦୀ ଚରଣ ବେହେରା, ଜିଲା ଅବକାରୀ ଇନ୍ସପେକ୍ଟର ରାଜଶେଖର ସ୍ବାଇଁ, ଟାଉନ ଥାନାଧିକାରୀ ଅଭିନବ ଡାଳୁଆ ପ୍ରମୁଖ ସଦଳବଳ ଚଢ଼ାଉ କରିଥିଲେ। ରାହୁଲଙ୍କଠାରୁ ୧୨ ଗ୍ରାମ୍‌ ଏବଂ ଗଣେଶ୍ୱରଙ୍କଠାରୁ ୧୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଥିଲା। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ପିଆର ନଂ. ୧୦୯/୧୯ ଏବଂ ୨୩/୧୯ରେ ପୃଥକ୍‌ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri