Posted inଜାତୀୟ

୨୨ ଗ୍ରାମ ନ୍ୟାୟାଳୟ ପାଇଁ ଜାରି ହୋଇଛି ବିଜ୍ଞପ୍ତି

ନୂଆଦିଲ୍ଲୀ,୧୪।୨: ଓଡ଼ିଶା ସରକାର ୨୨ଟି ଗ୍ରାମ ନ୍ୟାୟାଳୟ (ଭିଲେଜ୍‌ କୋର୍ଟ) ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରୁ ଏହି ବିଷୟ ଜଣାପଡ଼ିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ଟି ଭିଲେଜ୍‌ କୋର୍ଟ ପ୍ରତିଷ୍ଠା କରିବାକୁ ଓଡ଼ିଶା ହାଇକୋର୍ଟ ପରାମର୍ଶ ଦେଇଥିଲେ। ଅଦ୍ୟାବଧି ସେଥିରୁ ୨୨ଟି ଭିଲେଜ୍‌ କୋର୍ଟ ସ୍ଥାପନ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇସାରିଛି। ଅବଶିଷ୍ଟ ୯ ଭିଲେଜ୍‌ କୋର୍ଟ ପାଇଁ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି  ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ସତ୍ୟପାଠରେ ଉଲ୍ଲେଖ କରାଯାଇଛି। ‘ନ୍ୟାଶନାଲ୍‌ ଫେଡେରେଶନ୍‌ ଅଫ୍‌ ସୋସାଇଟିଜ୍‌ ଫର୍‌ ଫାଷ୍ଟ ଜଷ୍ଟିସ୍‌’ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର ହୋଇଥିଲା। ଶୀର୍ଷ ଅଦାଲତଙ୍କ ତତ୍ତ୍ୱାବଧାନ ଓ ନିରୀକ୍ଷଣରେ ଭିଲେଜ୍‌ କୋର୍ଟ ପ୍ରତିଷ୍ଠା କରିବା ସକାଶେ ପଦକ୍ଷେପ ନେବା ଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାରଗୁଡ଼ିକୁ ନିର୍ଦ୍ଦେଶ ଦେବା ପାଇଁ ଏଥିରେ ଅନୁରୋଧ କରାଯାଇଥିଲା। ଜାନୁୟାରୀ ୨୯ରେ ସୁପ୍ରିମକୋର୍ଟର ତିନିଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରି ମାସକ ମଧ୍ୟରେ ଭିଲେଜ୍‌ କୋର୍ଟ ପ୍ରତିଷ୍ଠା କରିବା ପାଇଁ ଓଡ଼ିଶା ସମେତ ଅନ୍ୟ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଥିଲେ। ଜଷ୍ଟିସ୍‌ ଏନ୍‌.ଭି. ରମନ୍ନା, କ୍ରିଷ୍ଣା ମୁରାରି ଓ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଥିଲେ, ଗ୍ରାମ ନ୍ୟାୟାଳୟ ପ୍ରତିଷ୍ଠା ନେଇ କେତେକ ରାଜ୍ୟ କିଛି ପଦକ୍ଷେପ ନେଇନାହାନ୍ତି। ଏନେଇ କୌଣସି ବିଜ୍ଞପ୍ତି ମଧ୍ୟ ଜାରି ହୋଇନାହିଁ କହି ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହାସହ ବିଜ୍ଞପ୍ତି ଲାଗି ରାଜ୍ୟଗୁଡ଼ିକୁ ୪ ସପ୍ତାହ ସମୟ ଦେଇଥିଲେ। ପ୍ରକାଶ ଯେ, ଦେଶରେ ଲୋକଙ୍କ ହାତପାଆନ୍ତାରେ ନ୍ୟାୟ ପହଞ୍ଚାଇବା ଉଦ୍ଦେଶ୍ୟରେ ଭିଲେଜ୍‌ କୋର୍ଟ ପ୍ରତିଷ୍ଠା ପାଇଁ ୨୦୦୮ରେ ପାର୍ଲାମେଣ୍ଟରେ ଗ୍ରାମ ନ୍ୟାୟାଳୟ ଆଇନ ପ୍ରଣୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri