୨୨ ଗ୍ରାମ ବ୍ରାଉନସୁଗାର ଜବତ: ବାଲେଶ୍ୱରର ଶେଖ୍‌ ମୁସ୍ତାକିନ୍‌ ଗିରଫ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର କାରବାର ବଢିଚାଲିଥିବାବେଳେ ଏହା ଉପରେ ରୋକ ଲଗାଇବା ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କ ଫୋର୍ସ) ବିଭିନ୍ନ ସ୍ଥାନରେ ମାରାଥନ ଚଢାଉ ଜାରି ରଖିଛି। ବୁଧବାର ଖଣ୍ଡଗିରି ଥାନା ଅଧୀନ ବରମୁଣ୍ଡା ଅଞ୍ଚଳରେ ଏସ୍‌ଟିଏଫ ଚଢାଉ କରି ୨୨ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡବଜାର ଅଞ୍ଚଳର ଶେଖ ମୁସ୍ତାକିନ(୨୭)।
ସୂଚନା ମୁତାବକ, ଅଭିଯୁକ୍ତ ମୁସ୍ତାକିନ ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବ୍ରାଉନସୁଗାର କାରବାର ଚଳାଇଥିବା ନେଇ ଏସ୍‌ଟିଏଫ୍‌ ଖବର ପାଇଥିଲା। ଏହାପରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ଜାଲ ବିଛାଯାଇଥିଲା। ବୁଧବାର ସନ୍ଧ୍ୟାରେ ବରମୁଣ୍ଡା ବସଷ୍ଟାଣ୍ଡ ଅଞ୍ଚଳରେ ମୁସ୍ତାକିନ ବ୍ରାଉନସୁଗାର ଡିଲ କରୁଥିବାବେଳେ ଏସ୍‌ଟିଏଫ ଚଢାଉ କରି ତାଙ୍କ ନିକଟରୁ ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ତାଙ୍କୁ ଗିରଫ କରିଥିଲା। ଏ ନେଇ ଏନଡିପିଏସ୍‌ ୨୦ ବି ଦଫା ଅନୁଯାୟୀ ଏକ କେସ୍‌ (ନଂ. ୧୧/୨୦) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ପ୍ରକାଶ ଥାଉକି, ଏସଟିଏଫ ଗତ ୨୨ଦିନ ମଧ୍ୟରେ ପୁରୀ, ବାଲେଶ୍ୱର, ଅନୁଗୁଳ, ଖୋର୍ଦ୍ଧା, ପିପିଲି, ଢେଙ୍କାନାଳ, ଭୁବନେଶ୍ୱର ଏବଂ ଭଦ୍ରକ ଅଞ୍ଚଳରେ ଚଢାଉ କରି ୨୦ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୮୪୦ ଗ୍ରାମ ବ୍ରାଉନସୁଗାର, ୩୨୬.୪୫ ଗ୍ରାମ ଅଫିମ, ୧୩ ଲକ୍ଷ ୨୧ ହଜାର ଟଙ୍କା, ଗୋଟିଏ ମାରୁତି କାର, ୮ଟି ବାଇକ ଓ ବ୍ୟାଙ୍କ ଆକାଉଣ୍ଟ ସମେତ ଅନେକ ଆପତ୍ତିଜନକ ସାମଗ୍ରୀ ଜବତ କରାଯାଇଛି। ଏ ନେଇ ମୋଟ ୯ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?