୨୨ ଦିନର ଶିଶୁକୁ କୋଳରେ ଧରି ଅଫିସ ଆସିଲେ ଆଇଏଏସ୍‌ ଅଫିସର

ବିଶାଖାପଟନମ,୧୨।୪: କରୋନା ସଙ୍କଟ ସମୟରେ ପୋଲିସ, ଡାକ୍ତର ଓ କେତେଜଣ ଅଧିକାରୀଙ୍କ ମାନବିକତାର ଚିତ୍ର ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଏମାନେ ନିଜ ଘର ପରିବାର ଛାଡି ସମାଜର ଚିନ୍ତା କରୁଛନ୍ତି। ଏମିତି ଜଣେ ମହିଳା ଆଇଏଏସ୍‌ ଅଫିସରଙ୍କ କଥା ସାମ୍ନାକୁ ଆସିଛି। ଶୃଜନା ଗୁମାଲ୍ଲା ନାମକ ଏହି ମହିଳା ଆଇଏଏସ୍‌ ଅଫିସର ଆନ୍ଧ୍ରପ୍ରଦେଶର ଗ୍ରେଟର ବିଶାଖାପାଟନମରେ ମ୍ୟୁନିସିପାଲ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ଏବେ ୬ ମାସର ମ୍ୟାଟରନିଟି ଲିଭ୍‌ ଦିଆଯାଇଥିଲା ହେଲେ କରୋନା ସଙ୍କଟକୁ ଦୃଷ୍ଟିରେ ରଖି ସେ ତାଙ୍କର ଛୁଟି ବାତିଲ କରିବା ସହ ମାତ୍ର ୨୨ ଦିନର ସନ୍ତାନକୁ ସାଥିରେ ଧରି ଅଫିସ ଆସିଥିବା ଦେଖାଯାଇଛି। କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଯେଉଁ ସବୁ ବିଭାଗ କାମ କରୁଛନ୍ତି ସେମାନେ ପ୍ରାୟ ୨୪ ଘଣ୍ଟା କାମ କରୁଛନ୍ତି କହିଲେ ଚଳେ। ତେଣୁ ଏହି ସମୟରେ ସେ ଜଣେ ଅଧିକାରୀ ଭାବେ ତାଙ୍କର କିଛି କର୍ତ୍ତବ୍ୟ ରହିଥିବା ଭାବି ଆଇଏଏସ୍‌ ଅଫିସର ଶୃଜନା ତାଙ୍କ ଛୁଟି ବାତିଲ କରି କାର୍ଯ୍ୟରେ ଯୋଗ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri