୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସେ ଧରମ୍‌ପୁର ଦୀନବନ୍ଧୁ ହାଇସ୍କୁଲରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସୂଚନାଯୋଗ୍ୟ, ଉକ୍ତ ଆକ୍ରାନ୍ତଙ୍କ ଘର ବାଉଁଶପାଳ ହୋଇଥିବା ବେଳେ ଗତ ମେ ୫ରେ ସେ ବସ୍‌ରେ ଔପଦାରେ ପହଞ୍ଚିଥିଲେ। ଔପଦାରୁ ଏକ ବୋଲେରୋରେ ଧରମ୍‌ପୁର ପହଞ୍ଚିବା ପରେ ତାଙ୍କୁ ଦୀନବନ୍ଧୁ ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ପ୍ରଶାସନ ପକ୍ଷରୁ ମେ ୭ରେ ତାଙ୍କ ସ୍ବାବ୍‌ ଟେଷ୍ଟ କରାଯାଇଥିଲା। ହେଲେ ମଙ୍ଗଳବାର ସକାଳେ ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri