Posted inଖେଳ

୨୨ ବର୍ଷିୟା ଆଥ୍‌ଲେଟଙ୍କ ଅବସର

ଭିଲନିଅସ(ଲିଥୁଆନିଆ),୨୨।୫- ପୂର୍ବତନ ଅଲିମ୍ପିକ୍‌ ସନ୍ତରଣ ଚାମ୍ପିୟନ ରୁଟା ମେଇଲୁଟାଇଟ ବୁଧବାର ଅବସର ଗ୍ରହଣ କରିଛନ୍ତି। କ୍ରମାଗତ ୩ଟି ଡୋପ ଟେଷ୍ଟର ସମ୍ମୁଖୀନ ହୋଇ ନ ପାରିବାରୁ ୨୨ ବର୍ଷୀୟା ଆଥ୍‌ଲେଟ୍‌ ଅବସର ନେଇଛନ୍ତି। ଆଗାମୀ ଅଲିମ୍ପିକ୍‌ ପରିବର୍ତ୍ତେ ନିଜ ପାଠପଢ଼ା ଓ ଅନ୍ୟ ଇଚ୍ଛାକୁ ଗୁରୁତ୍ୱ ଦେବା ପାଇଁ ଏଭଳି ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇଛନ୍ତି। ମୁଁ ସନ୍ତରଣ ପାଇଁ ସବୁ କିଛି କରିସାରିଛି। ବ୍ୟସ୍ତବହୁଳ ଓ୍ବାର୍କ ଆଉଟ୍‌ ଯୋଗୁ ମୋତେ ପାଠପଢ଼ା ସହ ବୁଝାମଣା କରିବାକୁ ପଡ଼ିଥିଲା। କିନ୍ତୁ ଏବେ ମୁଁ ପୁଣି ଆରମ୍ଭ କରିପାରିବି। ମୁଁ ବର୍ତ୍ତମାନଠାରୁ ସାଧାରଣ କାର୍ଯ୍ୟ କରିବାକୁ ଚାହେଁ ବୋଲି ସେ କହିଛନ୍ତି। ସେ ମାତ୍ର ୧୫ ବର୍ଷ ବୟସରେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ୧୦୦ ମିଟର ବ୍ୟାକଷ୍ଟ୍ରୋକ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ପରବର୍ଷ ବିଶ୍ୱ ଚାମ୍ପିୟନଶିପ୍‌ରେ ମଧ୍ୟ ସ୍ବର୍ଣ୍ଣ ପାଇଥିଲେ। ଏହାପରେ ସେ ନିଜ ସଫଳତା ପାଇଁ ଚାପର ସମ୍ମୁଖୀନ ହେଉଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri