୨୨ ବର୍ଷ ପରେ ଲଣ୍ଡନରେ ପହଞ୍ଚିଲେ ଭାରତର ପ୍ରତିରକ୍ଷା ମନ୍ତ୍ରୀ

ଲଣ୍ଡନ,୯।୧: ୨୨ ବର୍ଷ ପରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତିନି ଦିନିଆ ଗସ୍ତରେ ଲଣ୍ଡନରେ ପହଞ୍ଚିଛନ୍ତି। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭାରତ-ବ୍ରିଟେନ ପ୍ରତିରକ୍ଷା ସହଭାଗୀତାର ସମସ୍ତ ଦିଗ ଉପରେ ଧ୍ୟାନ କରିଛନ୍ତି। ସିଂ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା ଉପରେ ଆଲୋଚନା କରିବେ। ଏହି ଗସ୍ତ ସମୟରେ ପ୍ରତିରକ୍ଷା, ସୁରକ୍ଷା ଏବଂ ଶିଳ୍ପ ସହଯୋଗ ସମେତ ବିଭିନ୍ନ ପ୍ରସଙ୍ଗରେ ଗଭୀର ଆଲୋଚନା ହେବ।
ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ପ୍ରତିନିଧୀ ଦଳ ମଧ୍ୟ ସିଂଙ୍କ ସହ ଅଛନ୍ତି। ଏଥିରେ ଡିଆର୍‌ଡିଓ, ସେବା ମୁଖ୍ୟାଳୟ, ପ୍ରତିରକ୍ଷା ବିଭାଗ ଏବଂ ପ୍ରତିରକ୍ଷା ଉତ୍ପାଦନ ବିଭାଗର ବରିଷ୍ଠ ଅଧିକାରୀମାନେ ଅଛନ୍ତି। ସିଂ ବ୍ରିଟିଶ ପ୍ରତିରକ୍ଷା ସଚିବ ଗ୍ରାଣ୍ଟ ଶାପ୍ସଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ। ଏହା ବ୍ୟତୀତ ସେ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ବୈଦେଶିକ ସଚିବ ଡେଭିଡ କାମେରନଙ୍କୁ ମଧ୍ୟ ଭେଟିବେ ବୋଲି ଆଶା କରାଯାଉଛି। ଏହି ଗସ୍ତ ସମୟରେ ସେ ମହାତ୍ମା ଗାନ୍ଧୀ ଏବଂ ଡକ୍ଟର ଆମ୍ବେଦକର ମେମୋରିଆଲ ପରିଦର୍ଶନ କରିବେ। ଏହା ପରେ ସେ ଇଣ୍ଡିଆ ହାଉସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri