୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ ଏକ ଅଭିନବ ପଦକ୍ଷେପ ନେଇ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୨୨ ଆମ୍ବୁଲାନ୍ସ ପ୍ରସ୍ତୁତ ହୋଇଛି। ପ୍ରତି ବ୍ଲକ ପାଇଁ ଗୋଟିଏ କୋଭିଡ-୧୯ ଆମ୍ବୁଲାନ୍ସ ଦିଆଯାଇଛି ଏବଂ ସ୍ଥାନୀୟ ତହସିଲଦାର ଏହାର ଦାୟିତ୍ୱରେ ରହିବେ। ଏହି ଆମ୍ବୁଲାନ୍ସରେ ସ୍ବସ୍ଥ୍ୟକର୍ମୀ ରହିବେ। ଉଭୟ ଚାଳକ ଓ ସ୍ବାସ୍ଥ୍ୟକର୍ମୀଙ୍କୁ ସ୍ବତନ୍ତ୍ର ପୋଷାକ ଦିଆଯିବ। ସନ୍ଦିଗ୍ଧଙ୍କ ପାଇଁ ଉକ୍ତ ଆମ୍ବୁଲାନ୍ସରେ ସ୍ବତନ୍ତ୍ର କ୍ୟାବିନ କରାଯାଇଛି। ବୁଧବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଆର୍‌ଟିଓ ସଞ୍ଜୟ ବିଶାଳ ଏହାର ଅନୁଧ୍ୟାନ କରିଛନ୍ତି। ମୋଟ ୪୪ଟି କୋଭିଡ -୧୯ ଆମ୍ବୁଲାନ୍ସ ବ୍ୟବସ୍ଥା ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri