Posted inଖେଳ

୨୩ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆ ଘରୋଇ କ୍ରିକେଟ ସିରିଜ: ପ୍ରିୟମ ଗର୍ଗ ଅଧିନାୟକ

ନୂଆଦିଲ୍ଲୀ, ୨୦ା୮ (ପି.ଟି.)-ରାୟପୁରରେ ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁଥିବା ବାଂଲାଦେଶ ବିପକ୍ଷ ୨୩ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଘରୋଇ ସିରିଜ ପାଇଁ ପ୍ରିୟମ ଗର୍ଗ ୨୩ବର୍ଷରୁ କମ୍‌ ଭାରତୀୟ ଦଳର ଅଧିନାୟକତ୍ୱ କରିବେ। ସିରିଜର ସମସ୍ତ ମ୍ୟାଚ ରାୟପୁରରେ ହେବ। ଗର୍ଗ ନିକଟରେ ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରେ ଅନୁଷ୍ଠିତ ୟୁଥ୍‌ ଅନ୍ତର୍ଜାତୀୟ ଦିନିକିଆ ସିରିଜରେ ଭାରତୀୟ ୧୯ବର୍ଷରୁ କମ୍‌ ଦଳର ଅଧିନାୟକତ୍ୱ କରିଥିଲେ। ଦଳରେ ଅର୍ଶଦୀପ ସିଂ ଏବଂ ହରପ୍ରୀତ ବ୍ରାର୍‌ ସ୍ଥାନ ପାଇଛନ୍ତି। ଏହି ଦୁଇ ଖେଳାଳି ଆଇପିଏଲ ୨୦୧୯ରେ କିଙ୍ଗ୍ସ ଇଲେଭେନ ପଞ୍ଜାବର ଅଂଶବିଶେଷ ଥିଲେ। ବେଙ୍ଗଲର ୨୩ ବର୍ଷରୁ କମ୍‌ ଅଧିନାୟକ ରିତ୍ୱିକ ରୟ ଚୌଧାରୀଙ୍କୁ ଦଳରେ ଜଣେ ଅଲରାଉଣ୍ଡର ଭାବେ ନିଆଯାଇଛି। ଜାତୀୟ ୨୩ ବର୍ଷରୁ କମ୍‌ ପ୍ରତିଯୋଗିତାରେ ନିଜ ରାଜ୍ୟ ଦଳକୁ ଫାଇନାଲରେ ପହଞ୍ଚାଇବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ୟୁକେରେ ୧୯ ବର୍ଷରୁ କମ୍‌ ସିରିଜ ଏବଂ ସି.କେ. ନାୟୁଡୁ ଟ୍ରଫିରେ ପ୍ରଦର୍ଶନକୁ ଭିତ୍ତି କରି ଚୟନକର୍ତ୍ତାମାନେ ଦଳ ପାଇଁ ଖେଳାଳି ମନୋନୀତ କରିଛନ୍ତି।

୨୩ ବର୍ଷରୁ କମ୍‌ ଭାରତୀୟ ଦଳ: ପ୍ରିୟମ ଗର୍ଗ (ଅଧିନାୟକ), ଯଶସ୍ବୀ ଜଇସ୍ବାଲ, ମାଧବ କୌଶିକ, ବି.ଆର୍‌. ଶରଥ (ଉଇକେଟକିପର), ସମର୍ଥ ଭ୍ୟାସ୍‌, ଆର୍ଯ୍ୟନ ଜୁୟଲ (ଉଇକେଟକିପର), ରିତ୍ୱିକ ରୟ ଚୌଧାରୀ, କୁମାର ସୁରଜ, ଅତୀତ ସେଠ୍‌, ଶୁଭାଙ୍ଗ ହେଗ୍‌ଡେ, ହ୍ରିତିକ୍‌ ଶୋକିନ୍‌, ଧ୍ରୁଶାନ୍ତ ସୋନି, ଅର୍ଶଦୀପ ସିଂ, କାର୍ତ୍ତିକ ତ୍ୟାଗୀ ଓ ହରପ୍ରୀତ ବ୍ରାର୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ଟି-୨୦ରେ ୧୬ ଛକା ମାରି କ୍ରିକେଟ୍‌ ଜଗତରେ ଚହଳ ପକାଇଲେ ଏହି କ୍ରିକେଟର୍‌ ମାତ୍ର ୬୩ ବଲ୍‌ରେ କଲେ…

ନୂଆଦିଲ୍ଲୀ,୮।୧୨: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ, ୨୦୦ରୁ ଅଧିକ ରନର ଟାର୍ଗେଟକୁ ବିଜୟୀ ଲକ୍ଷ୍ୟ ଭାବରେ ବିବେଚନା କରାଯାଏ। କିନ୍ତୁ ଗୋଟିଏ ମ୍ୟାଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri