୨୩ରୁ ତ୍ରୟୋଦଶ ଯୋଗିନୀ ମହୋତ୍ସବ ଅରୁଣା ମହାନ୍ତି ପାଇବେ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୩ା୧୨(ଡି.ଏନ୍‌.ଏ)- ଆସନ୍ତା ୨୩ତାରିଖରେ ତ୍ରୟୋଦଶ ଯୋଗିନୀ ମହୋତ୍ସବ ରାଜଧାନୀ ଉପକଣ୍ଠ ପ୍ରସିଦ୍ଧ ତନ୍ତ୍ରପୀଠ ବାଳକାଟୀର ମହାମୟୀ ଚଉଷଠି ଯୋଗିନୀଙ୍କ ମନ୍ଦିର ପ୍ରାଙ୍ଗଣରେ ୩ଦିନ ଧରି ଅନୁଷ୍ଠିତ ହେବ। ଭୁବନେଶ୍ୱର ନୃତ୍ୟ ପ୍ରତିଭା ଅନୁଷ୍ଠାନ ଏବଂ ବାଲିଅନ୍ତା ପଞ୍ଚୟତ ସମିତି ଆନୁକୂଲ୍ୟରେ ଆୟୋଜିତ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ମହୋତ୍ସବକୁ ଚଳିତବର୍ଷ ଅଧିକ ଆକର୍ଷଣୀୟ କରିବା ପାଇଁ ସେମାବାର ପ୍ରଥମ ପ୍ରସ୍ତୁତି ବୈଠକ ଭୁବନେଶ୍ୱରସ୍ଥିତ ସ୍ପେଶାଲ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଡିଏମ୍‌ ଅରୁଣ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ଡ.ଅରବିନ୍ଦ ଢାଲୀ, ଉପଜିଲାପାଳ ଦେବବ୍ରତ ସାହୁ, ବାଲିଅନ୍ତା ବ୍ଲକ ଅଧ୍ୟକ୍ଷା ସୁଚିତ୍ରା ଜେନାମଣି, ତହସିଲଦାର ରଶ୍ମିରେଖା ପ୍ରଧାନ, ଉମାଦେଇବ୍ରହ୍ମପୁର ସରପଞ୍ଚ ସୁକାନ୍ତ କୁମାର ସାହୁ ଉପସ୍ଥିତ ଥିଲେ। ଚଳିତବର୍ଷ ମହୋତ୍ସବ ପାଇଁ ୨୫ଲକ୍ଷ ଟଙ୍କାର ବ୍ୟୟଅଟକଳ କରାଯାଇଥିବା ନୃତ୍ୟ ପ୍ରତିଭାର ସଭାପତି ଅଧ୍ୟାପକ ଡ.ରଜନୀ ରଞ୍ଜନ ସୂଚନା ଦେଇଛନ୍ତି। ତ୍ରୟୋଦଶ ଚଉଷଠି ଯୋଗିନୀ ନୃତ୍ୟ ପ୍ରତିଭା ସମ୍ମାନ ଖ୍ୟାତନାମା ଓଡ଼ିଶୀ ନୃତ୍ୟାଙ୍ଗନା ଅରୁଣା ମହାନ୍ତି ପାଇବେ ବୋଲି ବୈଠକରେ ସମ୍ପାଦିକା ଶ୍ରୀମତି ପଣ୍ଡା କହିଛନ୍ତି। ଏଥିସହ ଚଳିତବର୍ଷ ଚଉଷଠି ଯୋଗିନୀ ସଙ୍ଗୀତ ସମ୍ମାନ ପ୍ରଫେସର ରାମହରି ଦାସ, ଚିତ୍ରକଳା ସମ୍ମାନ ପ୍ରଦ୍ୟୁମ୍ନ ଦାଶ, ନାଟ୍ୟସୁଧା ସମ୍ମାନ ଅଭିନେତା ଉତ୍ତମ ମହନ୍ତି, ସାହିତ୍ୟ ସମ୍ମାନ ହରପ୍ରସାଦ ଦାଶ, ଯୁବ ସାହିତ୍ୟ ସମ୍ମାନ ଇପ୍‌ସିତା ଷଢ଼ଙ୍ଗୀକୁ ପ୍ରଦାନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri