୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ଙ୍କ ସହ ଆର୍‌ଜେଡି, ଟିଏମ୍‌ସି, ଏସ୍‌ପି୍‌, ବିଏସ୍‌ପି ଆଦି ରାଜନୈତିକ ଦଳର ନେତାମାନଙ୍କୁ ଡକାଯାଇଛି। ସମନ୍ବୟ ରକ୍ଷାଲାଗି କଂଗ୍ରେସ ପକ୍ଷରୁ ଏକ ୪ ଜଣିଆ ଟିମ୍‌ ଗଠନ କରାଯାଇଛି। ନିର୍ବାଚନ ପରବର୍ତ୍ତୀ ମେଣ୍ଟ ଲାଗି ସମଭାବାପନ୍ନ ଦଳଗୁଡିକ ସହ ସମ୍ପର୍କ ରକ୍ଷା କରିବା ପାଇଁ ଅହମ୍ମଦ ପଟେଲ, ପି. ଚିଦାମ୍ବରମ୍‌, ଗୁଲାମ୍‌ ନବି ଆଜାଦ୍‌ ଓ ଅଶୋକ ଗେହଲଟ୍‌ଙ୍କୁ ଦାୟିତ୍ୱ ଦିଆଯାଇଛି। ୨୩ରେ ଭୋଟ ଗଣତି ପରେ ଫଳ ଆସିବାକୁ ଥିବାବେଳେ ଭାଜପା ସଂଖ୍ୟାଗରିଷ୍ଠତାଠାରୁ ବହୁ ପଛରେ ରହିବ ବୋଲି ଆଶଙ୍କା ପ୍ରକାଶ ପାଇଥିବାରୁ କଂଗ୍ରେସ ସରକାର ଗଠନ କରିବା ନେଇ ଆଶାବାଦୀ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri