୨୩ରେ ଇକୋ ରିଟ୍ରିଟ୍‌ରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କୋଣାର୍କ ନିକଟରେ ଚାଲିଥିବା ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ସମ୍ମିଳନୀ ଅନୁଷ୍ଠିତ ହେବ। ଜାନୁୟାରୀ ୨୩ ଓ ୨୪ରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟର ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବମାନେ ଯୋଗ ଦେବେ। ଏଥିପାଇଁ ସମସ୍ତ ରାଜ୍ୟକୁ ନିମନ୍ତ୍ରଣ କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କହିଛନ୍ତି। କେତେକ ରାଜ୍ୟର ମନ୍ତ୍ରୀମାନେ ଯୋଗଦେବା ନେଇ ସହମତି ପ୍ରକାଶ କରି ସାରିଛନ୍ତି। ଏଥିରେ ବିଭିନ୍ନ ରାଜ୍ୟର ପର୍ଯ୍ୟଟନ ସଚିବମାନେ ମଧ୍ୟ ଯୋଗଦେବେ। ରାଜ୍ୟରେ ପର୍ଯ୍ୟଟନର ବିକାଶ କରିବା ସହ ଏ ଦିଗରେ ରାଜ୍ୟ ସରକାର ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହେବ। ସମ୍ମିଳନୀର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପାଣିଗ୍ରାହୀ କହିଛନ୍ତି। ଓଡ଼ିଶା ପର୍ଯ୍ୟଟନକୁ ସମଗ୍ର ଦେଶରେ ବ୍ୟାପକ କରିବା ଲକ୍ଷ୍ୟରେ ଏହି ସମ୍ମିଳନୀର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri