୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏସ୍‌ପି ମିଶ୍ର ରବିବାର ଅପରାଧ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଧାରଣ ନିର୍ବାଚନର ଫଳାଫଳ ଆସନ୍ତା ୨୩ରେ ଘୋଷଣା ହେବ। ସହରରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ ପାଇଁ ଏବେଠୁ ପ୍ରସ୍ତୁତ ହେବାକୁ ଏସ୍‌ଡିପିଓ ଓ ସମସ୍ତ ଥାନାଧିକାରୀମାନଙ୍କୁ ଏସ୍‌ପି ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ସମୟରେ ବିଭିନ୍ନ ଅଞ୍ଚଳରେ ଗୋଷ୍ଠୀ-ଗୋଷ୍ଠୀ ଓ ବ୍ୟକ୍ତି-ବ୍ୟକ୍ତିଙ୍କ ଭିତରେ ଶତ୍ରୁତା ଓ ବିବାଦ ରହିଥିଲା। କଁା ଭଁା ଛୋଟ ଗଣ୍ଡଗୋଳକୁ ଛାଡ଼ିଦେଲେ ମୋଟାମୋଟି ସହରରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ସରିଛି । ତେବେ ସମସ୍ତ ପ୍ରାର୍ଥୀ ବିଜୟୀ ହେବା ଆଶା ରଖିଥିବା ବେଳେ ଫଳାଫଳ ଘୋଷଣା ପରେ ପରାଜିତ ପ୍ରାର୍ଥୀଙ୍କ ସମର୍ଥକମାନେ ଯେପରି କିଛି ଅଭାବନୀୟ କାଣ୍ଡ ନ ଘଟାଇବେ, ସେଥିପ୍ରତି ସତର୍କ ଦୃଷ୍ଟି ଦେବା ସହ ସେମାନଙ୍କ ଗତିିବିଧି ଉପରେ ନଜର ରଖିବାକୁ ସମସ୍ତ ଥାନାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫଳାଫଳ ଘୋଷଣା ପୂର୍ବରୁ ଓ ପରେ ଯେଉଁମାନେ ବିଶୃଙ୍ଖଳା ସୃଷ୍ଟି କରିବେ ସେମାନଙ୍କୁ ଗିରଫ କରିବାକୁ କୁହାଯାଇଛି । ପୁରୁଣା ମାମଲାର ତଦନ୍ତ ସାରିବା ସହ ସମସ୍ତ ମାମଲାଗୁଡ଼ିକୁ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିବାକୁ କୁହାଯାଇଛି। ଯଥାଶୀଘ୍ର ପୁରୁଣା ମାମଲାଗୁଡ଼ିକର ତଦନ୍ତ ସାରି ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଥାନାଧିକାରୀମାନଙ୍କୁ ଏସ୍‌ପି କହିଛନ୍ତି । ଥାନା ରେଜିଷ୍ଟର ଅପଟୁଡେଟ୍‌ ରଖିବାକୁ କୁହାଯାଇଛି। କେତେଜଣ ଅପରାଧୀଙ୍କ ନଁାରେ ୱାରେଣ୍ଟ ରହିଛି। ତା’ର ତାଲିକା ପ୍ରସ୍ତୁତ କରିବା ସହ ପ୍ରତି ମାସରେ କେତେଜଣ ୱାରେଣ୍ଟିଙ୍କୁ ଗିରଫ କରାଯାଉଛି। ସାଧାରଣ ଜନତା ଓ ମହିଳାଙ୍କୁ ସୁରକ୍ଷା ଦେବା ସହ ଅପରାଧୀଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ସେ କହିଛନ୍ତି । ମହିଳା ଓ ଶିଶୁଙ୍କ ସମ୍ପର୍କିତ ମାମଲାଗୁଡ଼ିକୁ ଅଗ୍ରାଧିକାର ଦେଇ ଯଥାଶୀଘ୍ର ସମାଧାନ କରିବାକୁ କୁହାଯାଇଥିଲା। ସହରର ବିଭିନ୍ନ ହୋଟେଲ, ଲଜ୍‌ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ କରିବା ସହ ଅପରାଧୀଙ୍କ ଗତିବିଧି ଉପରେ ନଜର ରଖିବାକୁ ସେ କହିଛନ୍ତି। ସହରରେ ପୋଲିସ ଏବେ ହେଲମେଟ ଚେକିଂ ଦିଗରେ ଧିମେଇ ଯାଇଛି । ଆଗକୁ ଏହା କଡ଼ାକଡ଼ି ପାଳନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁରରେ ଟ୍ରାଫିକ ସମସ୍ୟା ଜଟିଳ ହେଉଛି। ସପ୍ତାହରେ ଦିନେ ପ୍ରତି ଥାନା ପକ୍ଷରୁ ଜିରୋ ଟଲରାନ୍ସ ପାଳନ କରାଯିବ ବୋଲି ଏସ୍‌ପି କହିଛନ୍ତି। ଦୁର୍ଘଟଣା ରୋକିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆଦେଶକୁ ପାଳନ କରିବା ସହ ଯେପରି ଦୁର୍ଘଟଣା ସଂଖ୍ୟା କମିବ ସେଥିପ୍ରତି ଦୃଷ୍ଟି ଦେବାକୁ ଟ୍ରାଫିକ ଥାନାଧିକାରୀ ସୁମିତ କୁମାର କିଶାନଙ୍କୁ କୁହାଯାଇଛି। ଅନ୍ୟପଟେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ପୋଲିସ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଦୁର୍ଘଟଣା କମାଇବାକୁ ଉଦ୍ୟମ କରିବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବ। ସହରସାରା ଗାଡ଼ି ମୋଟର ଯାଞ୍ଚ ହେବ । ଯେଉଁମାନେ ନିୟମ ଉଲ୍ଲଂଘନ କରିଥିବେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ । ସହରର ସବୁ ଥାନାରେ ଏହି ଅଭିଯାନ କରାଯିବ ବୋଲି ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ମାୟାଧର ସେଠୀ, ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତିଙ୍କ ସମେତ ସମସ୍ତ ଥାନାଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri