୨୩୦ ଟ୍ରେନ୍‌ ପାଇଁ ୨୪ଘଣ୍ଟାରେ ବୁକିଂ ହେଲା ୧୩ଲକ୍ଷ ଟିକେଟ

ନୂଆଦିଲ୍ଲୀ,୨୨।୫: ଭାରତୀୟ ରେଲଓ୍ବେ ଜୁନ ୧ରୁ ୨୩୦ ଯାତ୍ରୀବାହି ଟ୍ରେନ୍‌ ଚଳାଚଳ କରିବାକୁ ଘୋଷଣା କରିଛି। ଏଥିପାଇଁ ଗୁରୁବାରରୁ ବିଭିନ୍ନ ରେଲଓ୍ବେ ଷ୍ଟେସନ୍‌ରେ ଟିକେଟ କାଉଣ୍ଟର ଖୋଲାଯାଇ ବୁକିଂ ଆରମ୍ଭ ହୋଇଛି। ହେଲେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ୨୩୦ ଟ୍ରେନ୍‌ ପାଇଁ ଗତ ୨୪ଘଣ୍ଟା ମଧ୍ୟରେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟିକେଟ ବୁକ୍‌ ହୋଇସାରିଲାଣି। ଏହା ସବୁଠାରୁ ବଡ଼ ରେକର୍ଡ ବୋଲି କୁହାଯାଇଛି। ଅପରପକ୍ଷେ ଗୁରୁବାର ଟିକଟ ବୁକିଂ ଆରମ୍ଭରୁ ମାତ୍ର ଏକ ଘଣ୍ଟା ମଧ୍ୟରେ ୧.୫ଲକ୍ଷ ଓ ଅଢ଼େଇ ଘଣ୍ଟାରେ ୪ଲକ୍ଷ ଟିକେଟ ବୁକ୍‌ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଛି। ଏଥିପାଇଁ ଦେଶରେ ସମସ୍ତ ଟ୍ରେନ୍‌ ଚଳାଚଳ ଉପରେ ରୋକୋ ଲଗାଯାଇଥିଲା। ହେଲେ କିଛି ଦିନ ପୂର୍ବରୁ ପ୍ରବାସୀଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ଲାଗି କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ସରକାରଙ୍କୁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri