୨୩ ଦିବ୍ୟାଙ୍ଗ ବ୍ୟବସାୟୀଙ୍କୁ ମିଳିବ ଭେଣ୍ଡିଂ ଜୋନ୍‌

ଭୁବନେଶ୍ୱର, (ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର, ୨୬।୮ (ଡି.ଏନ୍‌.ଏ.):୩ଦିନର ଆନ୍ଦୋଳନ ପରେ ଶେଷରେ ଦିବ୍ୟାଙ୍ଗ ବ୍ୟବସାୟୀଙ୍କୁ ଥଇଥାନ ନେଇ ପ୍ରତିଶ୍ରୁତି ମିଳିଛି। ଆସନ୍ତା ୩ମାସ ମଧ୍ୟରେ ୨୩ଜଣ ଦିବ୍ୟାଙ୍ଗ ବ୍ୟବସାୟୀଙ୍କୁ ଭୁବନେଶ୍ୱରରେ ଭେଣ୍ଡିଂ ଜୋନ୍‌ ଯୋଗାଇ ଦିଆଯିବ। ସେ ପର୍ଯ୍ୟନ୍ତ ସେମାନେ ପୁରୁଣା ବସ୍‌ ଷ୍ଟାଣ୍ଡ୍‌ରେ ଅସ୍ଥାୟୀ ଭାବେ ବ୍ୟବସାୟ କରିପାରିବେ ବୋଲି ନିଷ୍ପତ୍ତି ହେବା ପରେ ବିଏମ୍‌ସି ଅଫିସ୍‌ ସମ୍ମୁଖରେ ଧାରଣାରେ ବସିଥିବା ଦିବ୍ୟାଙ୍ଗ ବ୍ୟବସାୟୀମାନେ ଗୁରୁବାର ଆନ୍ଦୋଳନରୁ ଉଠିଛନ୍ତି। ବିଏମ୍‌ସି ଅଧିକାରୀ ପ୍ରମୋଦ କୁମାର ପୃଷ୍ଟି, ଭାଜପା ନେତା ବାବୁ ସିଂ, ବଡ଼ଗଡ଼ ଥାନା ଆଇଆଇସିଙ୍କ ଉପସ୍ଥିତିରେ ଆଲୋଚନା ହୋଇଥିଲା। ଥଇଥାନ ନେଇ ବିଏମ୍‌ସି ପକ୍ଷରୁ ଲିଖିତ ଭାବେ ପ୍ରତିଶ୍ରୁତି ଦିଆଯାଇଥିବା ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ୨୦ବର୍ଷରୁ ଊଦ୍ଧର୍‌ବ ହେବ ୨୩ଜଣ ଦିବ୍ୟାଙ୍ଗ ବ୍ୟବସାୟୀ ଅସ୍ଥାୟୀ ଦୋକାନ ଖୋଲି ଖେଳନା, ଇୟରବଡ଼, ନେଲ୍‌ କଟର, ସେପ୍ଟିପିନ, ଗନ୍ଧକର୍ପୂର ଆଦି ଜିନିଷ ବିକ୍ରି କରି ନିଜ ଗୋଡ଼ରେ ଛିଡ଼ା ହେବାକୁ ଉଦ୍ୟମ କରୁଥିଲେ। ଏଥିସହ ଏହି ରୋଜଗାରରେ ସେମାନଙ୍କ ପରିବାର ଚଳୁଥିଲା। ମାତ୍ର ସ୍ଥାୟୀ ବ୍ୟବସାୟୀଙ୍କ ବିରୋଧ ଓ ବିଏମ୍‌ସିର ପଦକ୍ଷେପ ଯୋଗୁ ମାର୍କେଟ ବିଲ୍ଡିଂରେ ଅସ୍ଥାୟୀ ଓ ଉଠାଦୋକାନୀଙ୍କୁ ବାରମ୍ବାର ଉଚ୍ଛେଦ କରାଯାଉଛି। ନିକଟରେ ମଧ୍ୟ ସ୍ଥାୟୀ ଓ ଅସ୍ଥାୟୀ ବ୍ୟବସାୟୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିବା ପରେ ବିଏମ୍‌ସି ପକ୍ଷରୁ ଉଠାଇ ଦିଆଯାଇଛି। ଫଳରେ ରୋଜଗାର ବନ୍ଦ ହୋଇ ଯାଇଥିବାରୁ ଦିବ୍ୟାଙ୍ଗ ବ୍ୟବସାୟୀମାନେ ଦୁଃଖ ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ବିଏମ୍‌ସିର ଏତାଦୃଶ କାର୍ଯ୍ୟକୁ ବିରୋଧ କରି ବିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ୩ଦିନ ହେବ ଧାରଣାରେ ବସିଥିଲେ। ସେମାନଙ୍କୁ ସମର୍ଥନ କରି ଭୁବନେଶ୍ୱର ସାଂଗଠନିକ ଜିଲା ଭାଜପା ସଭାପତି ବାବୁ ସିଂ ଆନ୍ଦୋଳନରେ ସାମିଲ ହେବା ସହ ଆନ୍ଦୋଳନକୁ ତୀବ୍ରତର କରିଥିଲେ। ବିଏମ୍‌ସି ଅଧିକାରୀଙ୍କ ସହ ଆଲୋଚନା ହେବା ପରେ ଶେଷରେ ସମାଧାନ ହୋଇଥିବାରୁ ଦିବ୍ୟାଙ୍ଗ ବ୍ୟବସାୟୀମାନେ ବିଏମ୍‌ସି ଓ ବାବୁ ସିଂଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri