୨୩ ବର୍ଷ ସାନ ମଡେଲଙ୍କୁ ବିବାହ କରିବାକୁ ରାଜଗାଦି ଛାଡିଥିଲେ ସୁଲତାନ ମହମ୍ମଦ

ମସ୍କୋ,୨୧।୭: ମାଲେସିଆର ପୂର୍ବତନ ରାଜା ସୁଲତାନ ମହମ୍ମଦ-ଓ୍ବି ୫୧ ବର୍ଷ ବୟସରେ ବିବାହ ବରିବାକୁ ମନ ବଳାଇଥିଲେ। ତାହା ପୁଣି ତାଙ୍କଠାରୁ ୨୩ ବର୍ଷ ସାନ ଜଣେ ମଡେଲଙ୍କୁ। ରୁଷର ବିୟୁଟି କୁଇନ୍‌ ଓକ୍ସାନାଙ୍କୁ ବିବାହ କରିବାକୁ ଗତବର୍ଷ ସୁଲତାନ ମହମ୍ମଦ-ଓ୍ବି ରାଜଗାଦି ଛାଡି ଦେଇଥିଲେ। ମସ୍କୋରେ ୨୦୧୮ରେ ସୁଲତାନ ମହମ୍ମଦ-ଓ୍ବି ୨୭ ବର୍ଷୀୟା ମଡେଲ ଓକ୍ସାନାଙ୍କୁ ବିବାହ କରିଥିଲେ। ଏହାପରେ ଓକ୍ସାନା ନିଜ ଧର୍ମ ପରିବର୍ତ୍ତନ କରି ନିଜର ନାଁ ରିହାନା ଓକ୍ସାନା ପେଟ୍ରା ରଖିଥିଲେ। ଏହାର କିଛିମାସ ପରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ନେଇଥିଲା। ହେଲେ ବିବାହକୁ ଠିକ ବର୍ଷେ ପୂରିବା ପରେ ଏବେ ଉଭୟଙ୍କ ଛାଡପତ୍ର ଖବର ଶୁଣିବାକୁ ମିଳିଛି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ପୂର୍ବରୁ ଏମାନେ ସ୍ଥିର କରି ଏନେଇ ସିଙ୍ଗାପୁରରେ ରେଜିଷ୍ଟ୍ରେଶନ କରିଥିଲେ। ୨୨ଜୁନରୁ ୧ ଜୁଲାଇ ମଧ୍ୟରେ ଏହା ସମାଧାନ ହୋଇଯିବା ପରେ ଏବେ ଏମାନେ ଅଲଗା ରହୁଥିବା ଜଣାପଡିଛି। ସୂଚନା ଅନୁଯାୟୀ, ୨୦୧୫ରେ ଓକ୍ସାନା ମିସ୍‌ ରୁଷ ହେବା ପରେ ସୁଲତାନ ମହମ୍ମଦ-ଓ୍ବିଙ୍କ ସହ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଯାହା ପରବର୍ତ୍ତି ସମୟରେ ବିବାହର ରୂପ ନେଇ ମାତ୍ର ବର୍ଷକ ମଧ୍ୟରେ ବିଚ୍ଛେଦରେ ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri