୨୪ଘଣ୍ଟା ପ୍ରବଳ ବର୍ଷିବ:ଆଜି ୩ ଜିଲାକୁ ଅରେଞ୍ଜ, ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୪-୯(ବ୍ୟୁରୋ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ବୁଧବାର ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ୩ଟି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଆଦି ୭ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରିଛି ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର, ନୂଆପଡ଼ା, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଆଦି ୭ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନ ଯିବା ପାଇଁ ବାରଣ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ଯାତାୟାତ ଠପ୍‌ ହୋଇଥିଲା। ସୋମବାର ରାତିରୁ ମଙ୍ଗଳବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀରେ ସର୍ବାଧିକ ୧୪୭ ମିମି ବର୍ଷା ହୋଇଛି। ଭୁବନେଶ୍ୱରରେ ୪୮.୭, କୋରାପୁଟରେ ୪୦.୨ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୫୬.୮ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାରିପଦାରେ ୨୨, ପାରାଦୀପରେ ୧୩.୮, ସମ୍ବଲପୁରରେ ୧୩, କୋରାପୁଟରେ ୧୨, ମାଲକାନଗିରି ଓ ଚାନ୍ଦବାଲିରେ ୧୧, ଭବାନିପାଟଣାରେ ୮, ଗୋପାଳପୁରରେ ୬, ଅନୁଗୋଳରେ ୪.୬, ପୁରୀରେ ୪, କଟକରେ ୩ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri