୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ବଲିଉଡ୍‌ ଗାୟକ ସୋନୁ ନିଗମ, ଶାନ୍‌ ଆକର୍ଷଣ

ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି ମହୋତ୍ସବ କମିଟି, ଗଞ୍ଜାମ ଜିଲା ପ୍ରଶାସନ ଓ ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ମିିଳିତ ଭାବେ ପ୍ରସ୍ତୁତି ଚାଲିଛି ା ମଙ୍ଗଳବାର ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଖବରଦାତାମାନଙ୍କୁ ସୂଚନା ଦିଆଯାଇଛି ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପର୍ଯ୍ୟଟନର ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ା ବର୍ତ୍ତମାନ ମୋ ଗୋପାଳପୁର କାର୍ଯ୍ୟକ୍ରମ ଚାଲିଛି ା ବେଳାଭୂମି ମହୋତ୍ସବକୁ ବଡ ଆକାରରେ ଆୟୋଜନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଥିଲେ ା ଚଳିତ ଥର ଦିନରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ା ପ୍ରତ୍ୟେକ ସନ୍ଧ୍ୟାରେ ଜିଲାର ବିଭିନ୍ନ ଲୋକକଳା ନୃତ୍ୟ, ସଙ୍ଗୀତ ପରିବେଷଣ ସହ ବଲିଉଡ୍‌ ଓ ଓଲିଉଡ୍‌ କଳାକାରମାନଙ୍କ ପକ୍ଷରୁ ମେଗା ଶୋ ହେବ ା ଅପରପକ୍ଷରେ ଚଳିତ ଥର ଏହି ଉତ୍ସବ ପାଇଁ ଷ୍ଟେଜ୍‌ ଅନ୍ୟସ୍ଥାନରେ ହେବ। ଫଳରେ ଏଠାରେ ସମାଗମ ହେବାକୁ ଥିବା ଲକ୍ଷାଧିକ ଲୋକଙ୍କ ପାଇଁ ସୁବିଧା ହେବ ବୋଲି ଜିଲାପାଳ କହିଛନ୍ତି ା ପ୍ରଥମ ସନ୍ଧ୍ୟାରେ ବଲିଉଡ୍‌ ଗାୟକ ସୋନୁ ନିଗମ୍‌ ଓ ଉଦ୍‌ଯାପନୀ ସନ୍ଧ୍ୟାରେ ବଲିଉଡ୍‌ ଗାୟକ ଶାନ୍‌ ଆସିବେ। ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାକୁ ସମ୍ମତି ଦେଇଥିବା ଗୋପାଳପୁର ବେଳାଭୂମି ମହୋତ୍ସବ କମିଟି ସଭାପତି ତଥା ବିଧାୟକ ପ୍ରଦୀପ ପାଣିଗ୍ରାହୀ ସୂଚନା ଦେଇଛନ୍ତି ା ଏଥିସହ ବଲିଉଡ୍‌ ଓ ଓଲିଉଡ୍‌ କଳାକାର ମଧ୍ୟ ଗୀତ ଓ ନାଚ ପରିବେଷଣ ପାଇଁ ଯୋଜନା ହୋଇଛି। ରୁଷିଆର ଫେଷ୍ଟଭି ଡ୍ୟାନ୍ସ ମଧ୍ୟ ଏହି ମହୋତ୍ସବର ଅନ୍ୟତମ ଆକର୍ଷଣ ରହିବ ା ଗୋପାଳପୁର ମହୋତ୍ସବକୁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପହଞ୍ଚାଇବା ଉପରେ ସମସ୍ତ ସହଯୋଗ ଲୋଡାଯାଇଥିଲାା ଟ୍ରାଫିକ୍‌ ପରିଚାଳନା, ଆଇନ ଶୃଙ୍ଖଳା, ପାର୍କିଂ ବ୍ୟବସ୍ଥା ଉପରେ ବ୍ରହ୍ମପୁର ଏସ୍‌ପି ପିନାକ୍‌ ମିଶ୍ର ସୂଚନା ଦେଇଥିଲେ। ମହୋତ୍ସବ ହେବାକୁ ଥିବା ସ୍ଥଳ ପରିଦର୍ଶନ ସହ ୨ ରାଉଣ୍ଡ ବୈଠକ ହେଉଥିବା ଏସ୍‌ପି କହିଥିଲେ ା ପାର୍କିଂ ପାଇଁ ସ୍ଥାନ ଚିହ୍ନଟ ସହ ଏଣ୍ଟ୍ରି ପଏଣ୍ଡ ଚୂଡାନ୍ତ ହୋଇଛି ା ସିନିୟର ସିଟିଜେନ୍‌ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବସିବା ବ୍ୟବସ୍ଥା ରହିବ ା ମହୋତ୍ସବ ସ୍ଥାନଠାରୁ ୧ କି.ମି. ମଧ୍ୟରେ ପାର୍କିଂ ବ୍ୟବସ୍ଥା ରହିବ ବୋଲି ଜିଲାପାଳ କହିଛନ୍ତି। ପୂର୍ବରୁ ଷ୍ଟେଜ୍‌ ହେଉଥିବା ସ୍ଥାନରେ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେବ ା ଏଥିସହ ୫୦ ହାର୍ବଲ ଷ୍ଟଲ୍‌ ରହିବ ା ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଚିକିଟି ବିଧାୟିକା ଉଷା ଦେବୀ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ଗୋପାଳପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଉମାଶଙ୍କର ସେଠୀ, ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ
ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?