୨୪ରୁ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ: ଭାଗନେବେ ୫ ଦଳ

ଢେଙ୍କାନାଳ ଅଫିସ, ୨୨।୧୨-ଢେଙ୍କାନାଳର ନାଟ୍ୟାନୁଷ୍ଠାନ କଳା ପରିଷଦ ପକ୍ଷରୁ ଆସନ୍ତା ୨୪ରୁ ୨୯ ତାରିଖ ଯାଏ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଆୟୋଜିତ ହେବ ୫ମ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ। ରବିବାର ଅପରାହ୍ନରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଅନୁଷ୍ଠାନର ସଭାପତି ନାଟ୍ୟକାର ଦିଲ୍ଲିଶ୍ୱର ମହାରଣା ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ନାଟ୍ୟ ମହୋତ୍ସବରେ ଦିଲ୍ଲୀ, କଲିକତା ସମେତ ୫ ଦଳ ଭାଗନେବେ। ୨୪ ତାରିଖ ଅପରାହ୍ନ ୪ଟାରେ ବାଜିଚୌକସ୍ଥିତ ମା’ ବ୍ରହ୍ମାୟଣୀ ଦେବୀଙ୍କ ମନ୍ଦିରରୁ ପୂଜାର୍ଚ୍ଚନା ପରେ ନାଟ୍ୟ ଶୋଭାଯାତ୍ରା ସହର ପରିକ୍ରମା କରି ମିନି ଷ୍ଟାଡିୟମରେ ପହଞ୍ଚତ୍ବ। ୨୫ ତାରିଖ ସନ୍ଧ୍ୟାରେ କଳାପରିଷଦ ପକ୍ଷରୁ ଶତ୍ରୁଘ୍ନ ମାଟିଙ୍କ ନିର୍ଦ୍ଦେଶନାରେ ମଞ୍ଚସ୍ଥ ହେବ ଓଡ଼ିଆ ନାଟକ ‘ଆପଣ ଯାହା ଚାହୁଁଥିଲେ’। ୨୬ ତାରିଖ ସନ୍ଧ୍ୟାରେ ଅନୁଗୋଳର ନାଟ୍ୟମ୍‌ ଅନୁଷ୍ଠାନ ପକ୍ଷରୁ ନିର୍ଦ୍ଦେଶକ ସୁଧାଂଶୁ ମୋହନ ଦ୍ୱିବେଦୀଙ୍କ ଓଡ଼ିଆ ନାଟକ ‘ମାଟି ମା’, ୨୭ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ପଞ୍ଚମ ବେଦ ଅନୁଷ୍ଠାନ ପକ୍ଷରୁ ହରେନ୍‌ ସାହୁଙ୍କ ନିର୍ଦ୍ଦେଶନାରେ ଓଡ଼ିଆ ନାଟକ ‘ପୁତ୍ରପୂଜା’ ମଞ୍ଚସ୍ଥ ହେବ। ୨୮ରେ ନୂଆଦିଲ୍ଲୀର ଡ୍ରାମାଟୋଲୋଜି ଥିଏଟର ଗ୍ରୁପ୍‌ ଦ୍ୱାରା ସୁନୀଲ ଚୌହାନଙ୍କ ନିର୍ଦ୍ଦେଶନାରେ ହିନ୍ଦୀ ନାଟକ ‘କାହାନୀ ଏକ୍‌ କଂସ୍‌ କୀ’ ଏବଂ ଉଦ୍‌ଯାପନୀ ସନ୍ଧ୍ୟାରେ କଲିକତା ବିଭବ ନାଟ୍ୟ ଏକାଡେମୀ ପକ୍ଷରୁ ରାଜା ବାନାର୍ଜୀଙ୍କ ନିର୍ଦ୍ଦେଶନାରେ ବଙ୍ଗଳା ନାଟକ ‘ଚରନ୍‌ ଏ ସୋମୋୟେ’ ମଞ୍ଚସ୍ଥ ହେବ। ଏଥିସହ ପ୍ରତିଦିନ ସନ୍ଧ୍ୟାରେ ନାଟକ ପୂର୍ବରୁ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ପରିବେଷିତ ହେବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଖବରଦାତା ସମ୍ମିଳନୀରେ ସାଧାରଣ ସମ୍ପାଦକ ଜୟନ୍ତ ବର୍ମା, ଅଭିନେତା ଇନ୍ଦ୍ରମଣି ବେହେରା, ଅମ୍ବିକା ପ୍ରସାଦ ପଟ୍ଟନାୟକ, ବିନୋଦ ମହାନ୍ତି, ନାରାୟଣ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri