୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର ପରିମାଣ ବଢ଼ିବ ବୋଲି ଅନୁମାନ କରାଯାଉଛି। ଏହି ସମୟ ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ସ୍ବାଭାବିକ ବର୍ଷାଠାରୁ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ତେବେ ଅଗଷ୍ଟ ମାସ ଶେଷ ସୁଦ୍ଧା ତାହା ଭରଣା ହୋଇପାରେ।