୨୪ରେ ପ୍ରବଳ ବର୍ଷା ସୂଚନା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା ହେବ। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ସେଥିପାଇଁ ଏ ସମସ୍ତ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଏହାଛଡ଼ା ସେଦିନ ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବାର ଆଶଙ୍କା ରହିଛି। ଆକାଶ ମେଘୁଆ ରହୁଥିବାରୁ ଆସନ୍ତା ୨-୩ଦିନ ପର୍ଯ୍ୟନ୍ତ ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ମଧ୍ୟ ବଢ଼ିବାର କି କମିବାର ସମ୍ଭାବନା ନାହିଁ। ରାତିରେ ପାରଦ ଖସିବାର ସମ୍ଭାବନା ବହୁତ କମ୍‌ ଥିବାରୁ ଏବେ ଶୀତ ହେବନି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। କିନ୍ତୁ ୪ ଦିନ ପରେ ଓଡ଼ିଶା ଆକାଶରେ ମେଘ କମ୍‌ ଦେଖାଯିବ। ରାତିରେ ପାରଦ କମିବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଐତିହ୍ୟ ଆବିଷ୍କାର, ସଂରକ୍ଷଣକୁ ଗୁରୁତ୍ୱ ନାହିଁ

ଭୁବନେଶ୍ୱର,୧୮।୪(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟରେ ସମୃଦ୍ଧ। ପ୍ରତିଟି ଜିଲାରେ ରହିଛି ଅନନ୍ୟ ଐତିହ୍ୟର ପରିଚୟ। ମାତ୍ର ଭୁବନେଶ୍ୱର, କୋଣାର୍କ, ପୁରୀ ଆଦି କେତୋଟି ସ୍ଥାନକୁ...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri