୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ସାଧାରଣ ପ୍ରଶାସନ, ଅର୍ଥ, ସ୍ବାସ୍ଥ୍ୟ, ନଗର ଉନ୍ନୟନ ଓ ଜଳସମ୍ପଦ ଭଳି ବିଭିନ୍ନ ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଅନୁମୋଦନ ଅପେକ୍ଷାରେ ରହିଛି।
ସୂଚନାଯୋଗ୍ୟ, ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ଭାଜପା ସରକାରଙ୍କ ପକ୍ଷରୁ ଜୋରସୋର ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ପ୍ରତ୍ୟେକ ବିଭାଗକୁ ସ୍ବତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବାକୁ କୁହାଯିବା ସହିତ ବଜେଟ ବ୍ୟୟ ଅଟକଳକୁ ସମୟ ଭିତରେ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ରାଜ୍ୟ ସରକାର ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଯାଇ ‘ସୁଭଦ୍ରା’ ଯୋଜନା କାର୍ଯ୍ୟକାରୀ କରିଥିବାବେଳେ କୃଷକଙ୍କ ଲାଗି ଇନ୍‌ପୁଟ ସବ୍‌ସିଡି ଏବଂ ୮୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧା/ବୃଦ୍ଧଙ୍କୁ ୩,୫୦୦ଟଙ୍କା ଭତ୍ତା ଭଳି ଯୋଜନା କାର୍ଯ୍ୟକାରୀ କରାଯାଇଛି। ତେବେ ୨୪ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟରେ ସରକାର ରାଜ୍ୟବାସୀଙ୍କ ବିକାଶକୁ ଦୃଷ୍ଟିରେ ରଖି କେଉଁଭଳି ପ୍ରସ୍ତାବକୁ ଅନୁମୋଦନ କରାଯାଉଛି, ତାହା ଦେଖିବାକୁ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri