୨୪୦ ଇଟାଭାଟି ଶ୍ରମିକ ଥଇଥାନ

କାମାକ୍ଷାନଗର, ୩ା୪(ଡି.ଏନ.ଏ.) – ଲକ୍‌ଡାଉନ୍‌ ସମୟରେ ସମସ୍ୟାରେ ସନ୍ତୁଳି ହେଉଥିବା ଇଟାଭାଟି ଶ୍ରମିକଙ୍କୁ କାମାକ୍ଷାନଗର ତହସିଲ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ତହସିଲଦାର ସଞ୍ଜୟ କୁମାର ରାଉତଙ୍କ ଉଦ୍ୟମରେ ୨୪୦ ଜଣ ଶ୍ରମିକଙ୍କୁ ପୃଥକ୍‌ ସ୍ଥାନରେ ରଖାଯାଇଛି। ସେମାନଙ୍କୁ ଖାଦ୍ୟପାନୀୟ ଦିଆଯିବା ବ୍ୟବସ୍ଥା କରାଯିବା ସହ ଆବଶ୍ୟକ ଯତ୍ନନେବାକୁ ଭାଟି ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
କାମାକ୍ଷାନଗରରେ ଅନେକ ବେଆଇନ ଇଟାଭାଟି ଗଢ଼ିଉଠିଛି। ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନ ପକ୍ଷରୁ ବାରମ୍ବାର ଚଢ଼ାଉ କରାଯାଉଥିଲେ ମଧ୍ୟ ଭାଟି ମାଲିକମାନେ ଲୁଚକାଳି ଖେଳ ଖେଳୁଥିଲେ। ଲକ୍‌ଡାଉନ୍‌ ପରେ ପ୍ରଶାସନ ପକ୍ଷରୁ ସମସ୍ତ ଭାଟିକୁ ସିଲ୍‌ କରିଦିଆଯାଇଥିଲା। ଫଳରେ ଏଠାରେ କାର୍ଯ୍ୟରତ ଶ୍ରମିକମାନେ ଦୁଇଓଳି ଖାଇବାକୁ ନ ପାଇ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିଲେ। ଯାନବାହନ ଚଳାଚଳ ବନ୍ଦ ହୋଇଯାଇଥିବାରୁ ସେମାନେ ଘରକୁ ଫେରିପାରୁ ନ ଥିଲେ। ଦୟନୀୟ ଅବସ୍ଥାରେ ଥିବା ସମ୍ପୃକ୍ତ ଶ୍ରମିକଙ୍କ ପାଖରେ ତହସିଲଦାର ପହଞ୍ଚତ୍ ସହାୟତାର ହାତ ବଢ଼ାଇଥିଲେ।
ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରୁ ୨୧୦ ଜଣଙ୍କୁ ଆଳତୁମା ଉଚ୍ଚବିଦ୍ୟାଳୟରେ ରଖାଯାଇଛି। ଏଥିଲାଗି ସ୍କୁଲର ୧୦ ଗୃହ ଖୋଲାଯାଇଛି। ପ୍ରତି ପ୍ରକୋଷ୍ଠରେ ସାମାଜିକ ଦୂରତା ରକ୍ଷା କରିବା ଭଳି ବ୍ୟବସ୍ଥା ହୋଇଛି। ସେହିପରି ଜନ୍ତାରିବୋଲ ସେବାଶ୍ରମରେ ୩୦ଜଣ ଶ୍ରମିକଙ୍କୁ ଥଇଥାନ କରାଯାଇଛି। ଶ୍ରମିକମାନେ କାମ କରୁଥିବା ଭାଟି ମାଲିକଙ୍କୁ ସେମାନଙ୍କ ଖାଇବା ପିଇବା ବନ୍ଦୋବସ୍ତ କରିବା ସହ ଆବଶ୍ୟକ ଯତ୍ନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଶ୍ରମିକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ମଧ୍ୟ କରାଯିବ ବୋଲି ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri