୨୪୭୬ ନିର୍ମାଣ ଶ୍ରମିକଙ୍କୁ ମିଳିଲା ସହାୟତା

ଲୋଇସିଂହା,୨୫।୪(ଡି.ଏନ.ଏ.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ମାର୍ଚ୍ଚ ୨୦ରୁ ଲକ୍‌ଡାଉନ ଜାରୀ ରହିଛି । ଫଳରେ କାମଧନ୍ଦା ବନ୍ଦ ରହିଥିବାରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି । ଏହାକୁ ହୃଦୟଙ୍ଗମ କରି ସରକାର ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ଏହିକ୍ରମରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ ପ୍ରଶାସନ ପକ୍ଷରୁ ୨୪୭୬ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ସହାୟତା ଦିଆଯାଇଛି। ବିଡ଼ିଓ ରାମଚନ୍ଦ୍ର ଖାଡ଼ିଆଙ୍କ ସୂଚନାକ୍ରମେ ଜିଲା ଶ୍ରମବିଭାଗ ପକ୍ଷରୁ ବ୍ଲକର ୩୮୮୭ ନିର୍ମାଣ ଶ୍ରମିକଙ୍କୁ ସହାୟତା ସକାଶେ ନିର୍ଦ୍ଦେଶ ରହିଛି। ସେଥିରୁ ବିଭିନ୍ନ ପଞ୍ଚାୟତର ୨୪୭୬ଜଣଙ୍କୁ ସହାୟତା ପ୍ରଦାନ କରାଯାଇଛି । ଅବଶିଷ୍ଟ ଶ୍ରମିକଙ୍କୁ ଖୁବ୍‌ଶୀଘ୍ର ଏହି ସହାୟତା ରାଶି ପ୍ରଦାନ କରାଯିବ। ଏହାବାଦ କେନ୍ଦ୍ର ସରକାରଙ୍କ ଘୋଷଣା ମୁତାବକ ବ୍ଲକ ଅନ୍ତର୍ଗତ ୨୦ ପଞ୍ଚାୟତରେ ୯୨ ପ୍ରତିଶତ ହିତାଧିକାରୀଙ୍କୁ ପିଡ଼ିଏସ ଚାଉଳ ଓ ୯୬ ପ୍ରତିଶତ ଲୋକଙ୍କୁ ୧ ହଜାର ଲେଖାଏ ସହାୟତା ଦିଆଯାଇଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri