୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୭।୪: ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୫୪ ନୂଆ ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୪,୪୨୧ରେ ପହଞ୍ଚିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫ ଜଣଙ୍କ କରୋନା ସଂକ୍ରଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ସୁଦ୍ଧା ୩,୯୮୧ ଜଣ ଚିକିତ୍ସିତ ହେଉଥିବା ବେଳେ ୩୨୫ ଜଣ ସୁସ୍ଥ ହୋଇଛନ୍ତି ଓ ୧୧୪ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଥିବା ବେଳେ ଆମେରିକାରେ ଏବେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଘନ ଘନ ବୃଦ୍ଧି ପାଇବାରେ ଲାଗିଛି।

Share