୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

ଭୁବନେଶ୍ୱର,୩ା୩(ବ୍ୟୁରୋ): ଦୁଇ ଦଫାରେ ୬ମାସ କୋହଳ ହେବା ପରେ ରାଜ୍ୟରେ ରବିବାର ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ଲାଗୁ ହୋଇଛି। ହେଲେ ସୋମବାର ଦ୍ୱିତୀୟ ଦିନରେ ଆଇନ ଖିଲାପକାରୀଙ୍କ ଉପରେ ମୋଟା ଅଙ୍କର ଜରିମାନା କଷିଛି ପୋଲିସ ଓ ପରିବହନ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରୁ ୨୪ ଘଣ୍ଟାରେ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ବେପରୁଆ ଗାଡି ଚାଳକଙ୍କଠାରୁ ଆଦାୟ କରାଯାଇଛି। ସମ୍ବଲପୁରରେ ଜଣେ ନାବାଳକ ଗାଡ଼ି ଚଳାଉଥିବାବେଳେ ଧରାପଡ଼ିଥିଲେ। ଏନେଇ ତାଙ୍କ ବାପାଙ୍କଠାରୁ ୪୩ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଭୁବନେଶ୍ୱରରେ ୨ଟି ଘରୋଇ ଶିକ୍ଷାନୁଷ୍ଠାନର ବସ୍‌ ଉପରେ ୫୧ ହଜାର ୫ଶହ ଜରିମାନା କରାଯାଇଛି। ଏହାସହ ଏକ ସ୍କୁଲ ଭ୍ୟାନଠାରୁ ୩୭ ହଜାର ଏବଂ ସ୍କୁଲ ପିଲାଙ୍କୁ ବୋହି ନେଉଥିବା ଟାଟା ମ୍ୟାଜିକକୁ ଜବତ କରାଯାଇ ୨୨ ହଜାର ୫ଶହ ଟଙ୍କା ଜରିମାନା କରାଯାଇଛି। ବରଗଡ଼ରେ ଜଣେ ମଦ୍ୟପ ଡ୍ରାଇଭର ଧରାପଡି ୧୦ ହଜାର ଟଙ୍କା ଗଣିଛନ୍ତି। ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୩ ହଜାର ୮୭୦ ଜଣଙ୍କୁ ଚାଲାଣ କଟାଯାଇଛି। ବାଇକରେ ୩ଜଣ ଯାଉଥିବାବେଳେ ୧୨୬ ଜଣ ଧରାପଡିଛନ୍ତି। ମୋବାଇଲ ଫୋନରେ କଥାହୋଇ ଗାଡି ଚଳାଉଥିବାବେଳେ ୪୮ ଜଣ, ବିନା ହେଲମେଟ୍‌ରେ ୧୮୩୧ ଜଣ, ଦ୍ରୁତ ଗାଡ଼ିଚାଳନା ପାଇଁ ୨୭୭ ଜଣ, ମଦ ପିଇ ଗାଡି ଚଳାଉଥିବା ୨୪ ଜଣ, ବିନା ସିଟ୍‌ବେଲ୍ଡରେ ଗାଡି ଚଳାଉଥିବା ୩୪୯ ଜଣଙ୍କୁ ଜରିମାନା କରାଯାଇଛି। ପରିବହନ ବିଭାଗ ୧,୭୫୮ଜଣଙ୍କଠାରୁ ୮୮ ଲକ୍ଷ ଆଦାୟ କରିଥିବାବେଳେ ପୋଲିସ ୨,୧୧୨ ଜଣଙ୍କଠାରୁ ୧୮ ଲକ୍ଷ ଆଦାୟ କରିଛି।

ସେହିଭଳି ସୋମବାର ଭୁବନେଶ୍ୱର ଆରଟିଓ-୨ ପକ୍ଷରୁ ଯାଞ୍ଚ କରାଯାଇ ୪୫ଟି ଚାଲାଣ କଟାଯାଇଛି, ଯାହାର ପରିମାଣ ହେଉଛି ୨ଲକ୍ଷ ୧୫ ହଜାର ଟଙ୍କା। ସେହିପରି ଆରଟିଓ-୧ ପକ୍ଷରୁ ୬୦ ଚାଲାଣ କଟାଯାଇଥିବାବେଳେ ଅଢେଇ ଲକ୍ଷ ଟଙ୍କାର ଜରିମାନା ଆଦାୟ କରାଯାଇଥିବା ପରିବହନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri