୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ। ଦେଶରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ମହାରାଷ୍ଟ୍ରରେ ସର୍ବାଧିକ ୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଲାଣି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦୨୪ ଅତିକ୍ରମ କରିଛି। ସେଥିରେ ୪୮ ଜଣ ବିଦେଶୀ ଅଛନ୍ତି। ଏପର୍ଯ୍ୟନ୍ତ ୮୬ ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ୧୮୬ ରହିଛି। ଦ୍ୱିତୀୟ ସ୍ଥାନରେ ଥିବା କେରଳରେ ରୋଗୀ ସଂଖ୍ୟା ୧୮୨ରେ ପହଞ୍ଚତ୍ଛି। ଗୁଜରାଟରେ ୪ ଜଣଙ୍କର ଏହି ଭୂତାଣୁ ସଂକ୍ରମଣରେ ମୃତ୍ୟୁ ହୋଇଥିବାବେଳେ କର୍ନାଟକରେ ୩, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଦୁଇଜଣ ଲେଖାଏ ପ୍ରାଣ ହରାଇଛନ୍ତି। କେରଳ, ତେଲଙ୍ଗାନା, ତାମିଲନାଡୁ, ବିହାର, ପଞ୍ଜାବ, ପଶ୍ଚିମବଙ୍ଗ, ଜମ୍ମୁ-କଶ୍ମୀର ଓ ହିମାଚଳପ୍ରଦେଶରେ ଜଣେ ଲେଖାଏ ଜୀବନ ହରାଇଛନ୍ତି। ତେଲଙ୍ଗାନାରେ କରୋନା ରୋଗୀସଂଖ୍ୟା ୬୬ ହୋଇଥିବାବେଳ କର୍ନାଟକରେ ଏହି ସଂଖ୍ୟା ୭୬ରେ ପହଞ୍ଚତ୍ଛି। ରାଜସ୍ଥାନରେ ୫୪, ଉତ୍ତରପ୍ରଦେଶରେ ୫୫ ଓ ଗୁଜରାଟରେ ୫୩ ଜଣ ସଂକ୍ରମିତ ହୋଇଛନ୍ତି। ଅନ୍ୟ ରାଜ୍ୟ ମଧ୍ୟରେ ତାମିଲନାଡୁରେ ୪୨, ଦିଲ୍ଲୀରେ ୩୯, ପଞ୍ଜାବରେ ୩୮, ହରିୟାଣାରେ ୩୩, ମଧ୍ୟପ୍ରଦେଶରେ ୩୦, ଜମ୍ମୁ-କଶ୍ମୀରରେ ୩୧, ପଶ୍ଚିମବଙ୍ଗରେ ୧୭,ଆନ୍ଧ୍ରପ୍ରଦେଶରେ ୧୪, ଲଦାଖରେ ୧୩ ଜଣ କରୋନା ସଂକ୍ରମିତ। ବିହାରରେ ୯, ଚଣ୍ଡିଗଡ଼ରେ ୮, ଛତିଶଗଡ଼ ଓ ଉତ୍ତରାଖଣ୍ଡରେ ୬ ଜଣ ଲେଖାଏ, ହିମାଚଳପ୍ରଦେଶ ଓ ଓଡ଼ିଶାରେ ୩ ଜଣ ଲେଖାଏ, ଆଣ୍ଡାମାନ ନିକୋବରରେ ୯ ଜଣ ଓ ଗୋଆରେ ୩ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri