୨୪ ଘଣ୍ଟାରେ ଦେଶରେ ୧,୫୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ: ମୃତକଙ୍କ ସଂଖ୍ୟା ୫ଶହ ଟପିଲା

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ନେଇ ଗୋଟିଏ ପଟେ ଦେଶର ଲକ୍‌ଡାଉନ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇଯାଇଥିବା ବେଳେ ଅନ୍ୟପଟେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହଠାତ୍‌ ବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୫୩ ନୂଆ କରୋନା ସଂକମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୭,୨୬୫ରେ। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ଏହି ସୂଚନା ଏବେ ସମସ୍ତଙ୍କୁ ଦ୍ୱନ୍ଦ୍ୱରେ ପକାଇ ଦେଇଛି। ଏମାନଙ୍କ ମଧ୍ୟରୁ ୧୪,୧୭୫ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨,୫୪୭ ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୪୩ଜଣଙ୍କ କରୋନା ଯୋଗୁ ମୃତ୍ୟୁ ମଧ୍ୟ ହେଲାଣି। ଗତ ୨୪ ଘଣ୍ଟାରେ ସବୁଠାରୁ ଅଧିକ ୩୬ ଜଣଙ୍କ ମୃତ୍ୟୁ ହୋଇଛିି। ତେବେ ମହାରାଷ୍ଟ୍ରରେ ସର୍ବଧିକ ୪,୨୦୩ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦୭ଜଣ ସୁସ୍ଥ ହୋଇଛନ୍ତି ଓ ୨୨୩ ଜଣଙ୍କ ମୃତ୍ୟୁ ହୋଇଛି। ଦିଲ୍ଲରେ ୨,୦୦୩ ସଂକ୍ରମିତ ଥିବା ବେଳେ ୭୨ ଜଣ ସୁସ୍ଥ ହୋଇଛନ୍ତି ଓ ୪୫ ଜଣଙ୍କ ମୃତ୍ୟୁ ହୋଇଛି। ରାଜସ୍ଥାନରେ ୧,୪୭୮ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮୩ ସୁସ୍ଥ ଓ ୧୪ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri