୨୪ ଘଣ୍ଟାରେ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୬: କରୋନା ମହାମାରୀ ଯୋଗୁ ଭାରତରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୧ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୯୦୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୮୦ ହଜାର ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଥିବାବେଳେ ଲକ୍ଷେ ୫୩ ହଜାର ୧୭୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗତ ୨୪ ଘଣ୍ଟାରେ ୧୦ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୧୦ ହଜାର ୧୪ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହି ସମୟ ମଧ୍ୟରେ ମୃତକଙ୍କ ସଂଖ୍ୟା ୩୮୦ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share