୨୪ ଘଣ୍ଟାରେ ସୁସ୍ଥ ହେଲେ ୪ ହଜାର ୭୭୬

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ମୋଟ ଲକ୍ଷେ ୩୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୪୮.୩୧ ପ୍ରତିଶତ ରହିଛି। ସେହିପରି ମୃତ୍ୟୁ ହାର ୨.୮୦ ପ୍ରତିଶତ ରହିଛି। ଦେଶରେ ବୁଧବାର ସୁଦ୍ଧା ଲକ୍ଷେ ଏକ ହଜାର ୪୯୭ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ନମୁନା ସଂଗ୍ରହ କରାଯାଇ ଏହାକୁ ୪୮୦ ସରକାରୀ ଏବଂ ୨୦୮ ବେସରକାରୀ ଲ୍ୟାବ୍‌ରେ ପରୀକ୍ଷା କରାଯାଉଛି। ଇତିମଧ୍ୟରେ ୪୧ ଲକ୍ଷ ୩ ହଜାର ୨୩୩ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦେଶରେ ୯୫୨ କୋଭିଡ୍‌-୧୯ ହସ୍ପିଟାଲରେ ଲକ୍ଷେ ୬୬ ହଜାର ୩୩୨ ଆଇସୋଲେଶନ ଶଯ୍ୟା, ୨୧ ହଜାର ୩୯୩ ଆଇସିୟୁ, ୭୨ ହଜାର ୭୬୨ ଅକ୍ସିଜେନ୍‌ ସଂଲଗ୍ନ ହୋଇଥିବା ଚିକିତ୍ସା ଶଯ୍ୟା ରହିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଦେଶରେ ୨ ହଜାର ୩୯୧ କୋଭିଡ୍‌-୧୯ ସ୍ବାସ୍ଥ୍ୟ କେନ୍ଦ୍ର ରହିଛି। ଏସବୁ କେନ୍ଦ୍ରରେ ଲକ୍ଷେ ୩୪ ହଜାର ୯୪୫ ଆଇସୋଲେଶନ ଶଯ୍ୟା, ୧୧ ହଜାର ୨୭ ଆଇସିୟୁ, ୪୬ ହଜାର ୮୭୫ ଅକ୍ସିଜେନ୍‌ ସଂଲଗ୍ନ ହୋଇଥିବା ଚିକିତ୍ସା ଶଯ୍ୟା ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ କୋଟିଏ ୨୫ ଲକ୍ଷ ୨୮ ହଜାର ଏନ୍‌-୯୫ ମାସ୍କ୍‌ ଏବଂ କୋଟିଏ ଏକ ଲକ୍ଷ ୫୪ ହଜାର ପିପିଇ କିଟ୍‌ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri