୨୪ ଘଣ୍ଟାରେ ୭୯୬ ନୂଆ କରୋନା ରୋଗୀ, ୩୫ ମୃତ

ନୂଆଦିଲ୍ଲୀ,୧୩।୪: ଭାରତରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ କରୋନା ଭାଇରସ୍‌ର ୭୯୬ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୧୪୧ ଜଣ ସୁସ୍ଥ ହୋଇଥିବା ନେଇ ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୫୨ ଟପିଛି। ଏଥିସହ ଦେଶରେ ଏପର୍ଯ୍ୟନ୍ତ ୮୫୭ ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଲଭ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri