୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟଙ୍କା ମଞ୍ଜୁର ପାଇଁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରଣାଳୟଙ୍କୁ ରାଜ୍ୟ ସରକାର ଧନ୍ୟବାଦ ଜଣାଇଛନ୍ତି।

ପ୍ରକାଶ ଯେ, ଶୁକ୍ରବାର ଆକାଶମାର୍ଗରୁ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାପରେ ଏକ ସମୀକ୍ଷା ବୈଠକରେ ରାଜ୍ୟ ସରକାର ବାତ୍ୟା କ୍ଷୟକ୍ଷତି ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରିଥିଲେ। କ୍ଷୟକ୍ଷତିର ଚୁଡ଼ାନ୍ତ ଆକଳନ ପରେ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏଥିପାଇଁ ଖୁବ୍‌ଶୀଘ୍ର କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବ। ହେଲେ ଏବେ ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଜରୁରିକାଳୀନ ଭିତ୍ତିରେ ୫୦୦ କୋଟି ଟଙ୍କାର ଆଗୁଆ ସହାୟତା ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri