୨୪ ଘଣ୍ଟା ପରେ ଜେଲରୁ ମୃତଦେହ ଉଦ୍ଧାର: ପରିବାର ଲୋକେ ଥାନାରେ ଦେଲେ ଏତଲା, ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୨୦ା୧୧ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା କରିବାର ୨୪ ଘଣ୍ଟା ପରେ ତାଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରାଯାଇଛି। ଏହି ଆତ୍ମହତ୍ୟା ଘଟଣାରେ ସେମାନଙ୍କ ପରିବାରବର୍ଗ ସନ୍ଦେହ ପ୍ରକାଶ କରି ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ମୃତକ ପ୍ରଦୀପଙ୍କ ବାପା ପ୍ରଭାକର ବେହେରା ଓ ଗ୍ରାମବାସୀ ଏନେଇ ଟାଉନ ଥାନାରେ ଏତଲା ଦେବାସହ ଜିଲାପାଳ ଆଶୀଷ ଠାକ୍‌ରେଙ୍କୁ ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଜେଲରେ କଡ଼ା ସୁରକ୍ଷା ସତ୍ତ୍ୱେ ପ୍ରଦୀପଙ୍କ ଆତ୍ମହତ୍ୟା ଘଟଣା ସେମାନଙ୍କୁ ଚକିତ କରିଛି। ଏଥିପାଇଁ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି।
ଉଲ୍ଲେଖନୀୟ ଯେ, ତେଲକୋଇ ଥାନା ଅଞ୍ଚଳର ପ୍ରଦୀପଙ୍କୁ ପୋଲିସ ଏକ ବଳାତ୍କାର ମାମଲାରେ ଗିରଫ କରି ଗତ ଜୁଲାଇରେ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେ ଜେଲ ହାଜତରେ ରହିଆସୁଥିଲେ। ସୋମବାର ସନ୍ଧ୍ୟାରେ ସେ ଜେଲ ପରିସରରେ ଥିବା ଷ୍ଟାଫଙ୍କ ବିଶ୍ରାମ କୋଠରିରେ ପଶି ଏକ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଥିଲା। ଏନେଇ ଜେଲ କର୍ତ୍ତୃପକ୍ଷ ଟାଉନ ଥାନାକୁ ଜଣାଇବା ସହ ତେଲକୋଇ ପୋଲିସ ଜରିଆରେ ପରିବାର ଲୋକଙ୍କୁ ଜଣାଇଥିଲେ। ଟାଉନ ଥାନା ପୋଲିସ ଦୀର୍ଘ ୨୪ ଘଣ୍ଟା ପରେ ପରିବାର ଲୋକଙ୍କ ଉପସ୍ଥିତିରେ ମଙ୍ଗଳବାର ସନ୍ଧ୍ୟାରେ ଜଣେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉକ୍ତ କୋଠରି କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରିଥିଲା। ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଯାଇଛି। ଜେଲ ଡିଆଇଜି (ସମ୍ବଲପୁର) ଅମୀୟ ପଟ୍ଟନାୟକ ଅପରାହ୍ନରେ କେନ୍ଦୁଝର ଜେଲ ପରିଦର୍ଶନ କରି ଘଟଣା ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri