୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ ଏସ୍‌ସିବି ମେଡିକାଲର ଆଉଟଡୋର ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଡାକ୍ତରମାନେ। ଘରୋଇ ମେଡିକାଲଗୁଡ଼ିକ ମଧ୍ୟ ବନ୍ଦ ରହିବ। ଏ ନେଇ ରବିବାର ସନ୍ଧ୍ୟାରେ ମେଡ଼ିକାଲ ନିକଟସ୍ଥ ଆଇଏମ୍‌ଏ ହାଉସରେ ଏକ ଖବରଦାତା ସମ୍ମିଳନୀ ଡକାଯାଇଥିଲା। ପିଏଚଏଓ ସଭାପତି ଡା. କୃପାସିନ୍ଧୁ ପଣ୍ଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ କିଛି ଦାବି ଉପସ୍ଥାପନ କରାଯାଇଥିଲା। ମେଡ଼ିକାଲରେ ରୋଗୀଙ୍କ ସମ୍ପର୍କୀୟମାନେ ହୁଅନ୍ତୁ କିମ୍ବା କୌଣସି ବ୍ୟକ୍ତି ଭଙ୍ଗାରୁଜା କରିବା ଘଟଣା ନିନ୍ଦନୀୟ। ଡାକ୍ତର ଏବଂ ସମସ୍ତ ଚିକିତ୍ସା କର୍ମୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉ। ଏଥି ନିମନ୍ତେ ଜାତୀୟ ସ୍ତରରେ ଆଇନ ପ୍ରଣୟନ କରାଯିବାକୁ ଦାବି ହୋଇଛି। ଆଇଏମଏ ଓଡ଼ିଶା ଶାଖା ସମ୍ପାଦକ ଡା. ଜନ୍ମେଜୟ ମହାପାତ୍ର, ଆଇଏମ କଟକ ଶାଖା ସଭାପତି ଡା. ବନବିହାରୀ ମିଶ୍ର, ସମ୍ପାଦକ ଡା. ଶକ୍ତିପ୍ରସାଦ ଦାସ, ଆଇଏମ ରାଜ୍ୟ ସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଡା. ବ୍ରଜ ଦାଶ, ଡା. ପୁଣ୍ୟଶ୍ଲୋକ ଦାସ, ଡା. ଜ୍ୟୋତିର୍ମୟ ନାୟକ, ଏସ୍‌ସିବି ଜୁନିୟର ଡାକ୍ତର ସଂଘ ସଭାପତି ଡା. ପ୍ରଭାତ ରାଉତ ଏବଂ ଘରୋଇ ଚିକିତ୍ସକ ସଂଘର ସମସ୍ତ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ। ସୂଚନାଥାଉ କି, କୋଲକତାର ଏନଆର୍‌ଏସ ମେଡ଼ିକାଲ କଲେଜର ହାଉସ ସର୍ଜନ ଡା. ପରିବାହ ବାନାର୍ଜୀ ଓ ଅନ୍ୟ ଛାତ୍ରୀଛାତ୍ରମାନଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri