Posted inଜାତୀୟ

୨୪ ଘଣ୍ଟା ମଧ୍ୟରେ ଯୋଗାଇ ଦିଆଯିବ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌

ନୂଆଦିଲ୍ଲୀ,୯।୬: ରାଜ୍ୟ ସରକାରଙ୍କ ଦାବି ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଯୋଗାଇ ଦେବାକୁ ମଙ୍ଗଳବାର ପ୍ରକାଶ କରିଛି ରେଲ ମନ୍ତ୍ରଣାଳୟ। ସୂଚନାଯୋଗ୍ୟ, ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟରେ ୧୫ ଦିନ ମଧ୍ୟରେ ଘରେ ପହଞ୍ଚାଇବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେବା ପରେ ଭାରତୀୟ ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦେଶରେ କରୋନା ସଂକ୍ରମଣକୁ ନେଇ ଚାଲିଥିବା ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଘର ମୁହାଁ ହୋଇଥିଲେ। ଏହି ସମୟରେ ଯାନବାହାନ ଚଳାଚଳ ବନ୍ଦ ଥିବାରୁ ଏମାନେ ଶହ ଶହ କିଲୋମିଟର ଚାଲି ଚାଲି ଯାଇଥିବା ଦେଖାଯାଇଥିଲା। ଏହାପରେ କେନ୍ଦ୍ର ସରକାର ଏମାନଙ୍କ ସୁବିଧା ପାଇଁ ଶ୍ରମିକ ସ୍ପେଶାଲ ଟ୍ରେନର ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri