Posted inଜାତୀୟ

୨୪ ଘଣ୍ଟା ମଧ୍ୟରେ ସେନାର ଦ୍ୱିତୀୟ ପ୍ରହାର: ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୪: ଜମ୍ମୁ-କଶ୍ମୀରରେ ୨୪ ଘଣ୍ଟା ମଧ୍ୟରେ ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କ ଉପରେ ଦ୍ୱିତୀୟ ପ୍ରହାର କରାଯାଇଛି । ଏଥିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି । କୁପୱାରା ଜିଲାର ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା । ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ରଙ୍ଗଦୋରୀ ବହକଠାରେ ସେନାର ୮ ଜାଠ ରେଜିମେଣ୍ଟ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ସେନା ପକ୍ଷରୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଏହାର ଜବାବରେ ସେନା ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା । ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି । ସୂଚନାଯୋଗ୍ୟ, ପୂର୍ବରୁ ଶୁକ୍ରବାର ସେନାର ସର୍ଚ୍ଚ ଅପରେଶନ୍ ସମୟରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଜଣେ ଯବାନ ଶହୀଦ୍ ହୋଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri