୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ଉପରେ ଗୁରୁତ୍ୱ

କେନ୍ଦୁଝର, ୩୦ା୫(ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ବୈଠକରେ ଓଡ଼ିଶାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ ପ୍ରେମାନନ୍ଦ ନାୟକ, ଘଷିପୁରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ପାଟଣା ବିଧାୟକ ଜଗନ୍ନାଥ ନାଏକ, ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ, କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି, ଜିଲା ପରିଷଦ ଅଧ୍ୟକ୍ଷା କମଳିନୀ ପାତ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡଃ ଉଦ୍ଧବ ଚନ୍ଦ୍ର ମାଝି, ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ଓ ଅନ୍ୟ ଅଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜିଲାପାଳ ଠାକ୍‌ରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଏବେଠାରୁ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଜନାବଦ୍ଧ ଭାବେ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେବା ସହିତ ବନ୍ୟା ହେଲେ ତା’ର ଯୁଦ୍ଧକାଳୀନ ଭିତ୍ତିରେ ମୁକାବିଲା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ା ଜିଲାସ୍ତରରେ ଏବଂ ବ୍ଲକ୍‌ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍‌ କାର୍ଯ୍ୟକ୍ଷମ ଉପରେ ଜିଲାପାଳ ଗୁରୁତ୍ୱାରୋପ କରି ଏହାର କାର୍ଯ୍ୟକାରିତା ପାଇଁ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବନ୍ୟା ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ଚୁଡା, ବିସ୍କୁଟ୍‌, ଚାଉଳ, ଗୁଡ, କିରୋସିନି, ମହମବତୀ, ଦିଆସିଲି ଆଦି ଅତ୍ୟାବଶ୍ୟକ ସାମଗ୍ରୀ ତଥା ଅନ୍ୟାନ୍ୟ ରିଲିଫ୍‌ ସାମଗ୍ରୀ ମହଜୁଦ୍‌ ରଖିବା ପାଇଁ ବିହିତ ପଦକ୍ଷେପ ନେବାକୁ ଜିଲାପାଳ ବେସାମରିକ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜଳ ସମ୍ପଦ ବିଭାଗ ଅଧୀନ ନଦୀବନ୍ଧଗୁଡିକରେ ଦୁର୍ବଳ ସ୍ଥାନମାନଙ୍କର ଆଶୁ ମରାମତି ସହ ପର୍ଯ୍ୟାପ୍ତ ପରିମାଣରେ ବାଲିବସ୍ତା, ବାଉଁଶ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବିଭାଗୀୟ ଯନ୍ତ୍ରୀ/ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ଦେଶୀ ଡଙ୍ଗା ଓ ପାୱାର୍‌ ବୋଟ୍‌ ପ୍ରସ୍ତୁତ ରଖିବା ନିମନ୍ତେ ବିହିତ ପଦକ୍ଷେପ ନେବାକୁ ଉପଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବନ୍ୟା ସମୟରେ ପ୍ରାଣୀଧନର ଚିକିତ୍ସା ଓ ଗୋଖାଦ୍ୟ ଯୋଗାଣ, କଣ୍ଟ୍ରୋଲ୍‌ ରୁମ୍‌ କାର୍ଯ୍ୟକ୍ଷମ ବାବଦରେ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତିର ଅନ୍ୟାନ୍ୟ ଦିଗ ଉପରେ ଆଲୋଚନା କରାଯାଇଥିଲା ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ସେମାନଙ୍କ ବିଭାଗର ଆକ୍ସ୍‌ନ ପ୍ଲାନ୍‌ ଅତିଶୀଘ୍ର ଦାଖଲ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri