୨୪ ଦିନରେ ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ: ଟୋକନ୍‌ ସମସ୍ୟାରେ ଚାଷୀ କଟ୍‌ନିଛଟ୍‌ନିକୁ ନେଇ ଅସନ୍ତୋଷ

ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ ୫୬୫୭ ଚାଷୀଙ୍କଠାରୁ ୨ ଲକ୍ଷ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ୪୦ ହଜାର ୮୦୪ ଚାଷୀଙ୍କଠାରୁ ୧୦ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଥିଲା। ଚାଷୀମାନେ ଟୋକନ୍‌ ପାଉ ନ ଥିବାରୁ ସେମାନଙ୍କ ଅମଳ ଧାନ ମଣ୍ଡିରେ ବିକ୍ରି କରିପାରୁ ନ ଥିବା ଜଣାପଡ଼ିଛି। କୁଇଣ୍ଟାଲ କୁଇଣ୍ଟାଲ ଧାନକୁ ସେମାନେ ଘରେ ସଂରକ୍ଷିତ କରି ରଖିଛନ୍ତି। ଏହାକୁ ସୁଯୋଗ ମନେକରି କିଛି ସ୍ଥାନରେ ବେପାରୀମାନେ କମ୍‌ ମୂଲ୍ୟରେ ଚାଷୀଙ୍କଠାରୁ ଧାନ କ୍ରୟ କରୁଛନ୍ତି। ସେହିଭଳି ଯେଉଁ ଚାଷୀମାନେ ମହାଜନଠାରୁ ଋଣ ଆଣି ଫସଲ କରିଥିଲେ ଟଙ୍କା ଦେବା ଲାଗି ବାଧ୍ୟ ହୋଇ ବେପାରୀଙ୍କୁ ବିକ୍ରି କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୫୬୫୭ ଜଣ ଚାଷୀ ମଣ୍ଡିରେ ଧାନ ବିକ୍ରି କରିଥିବାବେଳେ ୪୧୭୩ ଜଣ ଚାଷୀଙ୍କୁ ଟଙ୍କା ପଇଠ କରାଯାଇଛି। ଅନ୍ୟମାନଙ୍କୁ କିଛିଦିନ ଭିତରେ ଆକାଉଣ୍ଟରେ ଟଙ୍କା ପ୍ରଦାନ କରାଯିବ। ଜିଲାର ୧୭ଟି ମିଲ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ କରୁଛି। ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ଧାନ କିଣା ପାଇଁ ସମୟ ଥିବାରୁ ଏହା ଭିତରେ ଧାନ ସଂଗ୍ରହର ଲକ୍ଷ୍ୟ ପୂରଣ ହୋଇଯିବ ବୋଲି ଯୋଗାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜିଲାର ୧୬୦ ମଣ୍ଡିରେ ଧାନ କ୍ରୟ ଚାଲୁ ରହିଛି। କିଛି ମଣ୍ଡିରେ କୁଇଣ୍ଟାଲ ପିଛା ୩ରୁ ୪ କିଲୋ ଧାନ କଟ୍‌ନିଛଟ୍‌ନି ହେଉଥିବାରୁ ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଚଳିତବର୍ଷ ସାଧାରଣ ଧାନର କୁଇଣ୍ଟାଲ ପିଛା ମୂଲ୍ୟ ୧୮୧୫ ଟଙ୍କା ରହିଥିବାବେଳେ ସରୁ ଧାନ ୧୮୩୫ ଟଙ୍କା ରହିଛି। ଜିଲା ଯୋଗାଣ ଅଧିକାରୀ ଦେବବ୍ରତ ମହାପାତ୍ରଙ୍କୁ ପଚାରିବାରୁ ସେ କହିଥିଲେ, ଜିଲାରେ ଧାନ ସଂଗ୍ରହ ଜାରି ରହିଛି। ଆଉ କିଛିଦିନ ମଧ୍ୟରେ ପଞ୍ଜୀକୃତ କରିଥିବା ଚାଷୀମାନଙ୍କୁ ଟୋକନ୍‌ ପ୍ରଦାନ କରାଯିବ। ଫଳରେ ଚାଷୀମାନେ ମଣ୍ଡିରେ ସେମାନଙ୍କ ଧାନ ବିକ୍ରି କରିପାରିବେ। କେଉଁଠାରେ ବି ଧାନର କଟ୍‌ନିଛଟ୍‌ନି ହେଉ ନ ଥିବା ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri