୨୫ରୁ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୧।୫-ଦେଶ ମଧ୍ୟରେ କରୋନା ପ୍ରଭାବ କମୁ ନ ଥିବାରୁ ବର୍ତ୍ତମାନ ଉଭୟ ଡୋମେଷ୍ଟିକ ଏବଂ ଅନ୍ତର୍ଜାତୀୟ ଉଡାଣ ବନ୍ଦ ରହିଛି। ଏଭଳି ସ୍ଥିତିରେ ମେ ୨୫ରୁ ପୁଣି ଥରେ ଦେଶ ମଧ୍ୟରେ ବିମାନ ସେବା ଧୀରେ ଧୀରେ ସ୍ବାଭାବିକ ହେବାକୁ ଯାଉଛି। ଅର୍ଥାତ୍‌ ଆସନ୍ତା ସୋମବାରଠାରୁ ଲୋକମାନେ ବିମାନ ସେବା ଲାଭକରିବାକୁ ସକ୍ଷମ ହେବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଏ ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି। ଟୁଇଟର ଯୋଗେ ସୂଚନା ଦେଇ ସେ କହିଛନ୍ତି ଯେ, ସେବା ଆରମ୍ଭ ନେଇ ବିମାନ ବନ୍ଦର ଏବଂ ସେବା ଯୋଗାଣକାରୀ କମ୍ପାନୀଗୁଡିକୁ ବର୍ତ୍ତମାନ ଅବଗତ କରାଯାଉଛି। ବିମାନ ଯାତ୍ରୀଙ୍କ ଲାଗି ମନ୍ତ୍ରଣାଳୟ ପକ୍ଷରୁ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଜ୍ୟୁର(ଏସ୍‌ଓପି) ଜାରି କରାଯିବ। ମାର୍ଚ୍ଚ ଶେଷ ଭାଗରୁ ବିମାନ ସେବାକୁ ବନ୍ଦ ରଖାଯାଇଛି। ସଂକ୍ରମଣକୁ କମ୍‌ କରିବା ଲାଗି ଲକ୍‌ଡାଉନରୁ ଭାରତୀୟ ବିମାନ ସେବା ଯୋଗାଣକାରୀ କମ୍ପାନୀଗୁଡିକୁ ୧.୭୫ ବିଲିୟନ ଡଲାର କ୍ଷତି ସହିବାକୁ ପଡିବ ବୋଲି ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ(ଆଇଟିଏ) ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri