୨୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବେଶ କରିବ। ଏଥିଯୋଗୁ ସର୍ବନିମ୍ନ ତାପମାତ୍ର ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯିବ। ପୁଣି ଥଣ୍ଡା ପ୍ରକୋପ ବଢ଼ିବା ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୧୩.୨, ସୁନ୍ଦରଗଡ଼ ୧୩, ବରଗଡ଼ ୧୪.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।