୨୫ରୁ ବନ୍ଦ ହେବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନସେବା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆସନ୍ତା ୨୫ତାରିଖରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ବନ୍ଦ ହେବ। ଏ ନେଇ ଏୟାର ଏସିଆ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ଚିଠି ଲେଖି ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ତେବେ ଏହା ସାମୟିକ ବୋଲି ଚିଠିରେ ଉଲ୍ଲେଖ ରହିଥିବା ଏୟାରପୋର୍ଟ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା କହିଛନ୍ତି। ତେବେ ସାମୟିକର ସମୟସୀମା ବିଷୟରେ କିଛି ଜଣାପଡ଼ିନାହିଁ। ଏହି ବିମାନଟି ବନ୍ଦ ହୋଇଯିବା ପରେ ଭୁବନେଶ୍ୱରରୁ କେବଳ ଗୋଟିଏ ଅନ୍ତର୍ଜାତୀୟ ବିମାନ ଉଡ଼ିବ। ଆଗରୁ ଏୟାର ଇଣ୍ଡିଆ ବ୍ୟାଙ୍କକ୍‌କୁ ବିମାନ ଚଳାଚଳ ବନ୍ଦ କରିଦେଇଛି। ଏବେ କେବଳ ଏୟାର ଏସିଆର ଗୋଟିଏ ବିମାନ କୁଆଲାଲାମ୍‌ପୁରକୁ ଚଳାଚଳ କରୁଛି। ଏୟାର ଏସିଆ ବିମାନ ପ୍ରତ୍ୟାହାରକୁ ସାମୟିକ କହିଥିବାବେଳେ ବିଶେଷଜ୍ଞ ଏହାକୁ ଗ୍ରହଣ କରିନାହାନ୍ତି। ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିିଛି ଯେ, ଏହି ବିମାନରେ ୭୦ ପ୍ରତିଶତ ସିଟ୍‌ ବି ପୂରଣ ହେଉ ନ ଥିଲା। ବାଧ୍ୟ ହୋଇ ବିମାନ କମ୍ପାନୀ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏଥିଯୋଗୁ ରାଜ୍ୟର ପର୍ଯ୍ୟଟନ କ୍ଷେତ୍ର ପ୍ରଭାବିତ ହୋଇପାରେ ବୋଲି କୁହାଯାଉଛି। ଏ ସମ୍ପର୍କରେ ରାଜ୍ୟ ସରକାର ତୁରନ୍ତ ଏୟାର ଏସିଆ ସହ ଆଲୋଚନା କଲେ ସମସ୍ୟାର ସମାଧାନ ହୋଇପାରନ୍ତା ବୋଲି ଯାତ୍ରୀମହଲରେ ମତ ପ୍ରକାଶ ପାଇଛି। ଗତ କିଛି ମାସ ଭିତରେ ଏୟାର ଏସିଆ ତିନୋଟି ସହରକୁ ଘରୋଇ ବିମାନ ସେବା ବନ୍ଦ କରିଛି। ଚେନ୍ନାଇ, ରାଞ୍ଚତ୍ ଓ ହାଇଦ୍ରାବାଦକୁ ସେବା ବନ୍ଦ କରିଥିବା ବେଳେ ବେଙ୍ଗାଲୁରୁ ଓ କୋଲକାତା ରୁଟ୍‌ରେ ବିମାନ ସଂଖ୍ୟା ହ୍ରାସ କରାଯାଇଛି। ଗତବର୍ଷ ଡିସେମ୍ବରରୁ ଆରମ୍ଭ କରିଥିବା ସେବା ଏତେ ଶୀଘ୍ର ବନ୍ଦ ହୋଇଯିବାର କାରଣ ସ୍ପଷ୍ଟ ନ କରିଥିଲେ ବି ଯାତ୍ରୀଙ୍କ ସଂଖ୍ୟା କମ୍‌ ଏକ ପ୍ରମୁଖ କାରଣ ବୋଲି ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri