୨୫ରେ ଘୁମୁସର ଗଟ୍‌ ଟାଲେଣ୍ଟ ସିଜନ୍‌-୨

ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍‌ ଟାଲେଟଂ ସିଜନ୍‌-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍‌ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା କରିଥିଲେ। ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ସାମାଜିକ କର୍ମୀ ପଞ୍ଚାନନ ପାଳ, ଶୁଳପାଣି ଶତପଥୀ, ଅନୁପମ ବାନାର୍ଜୀ, ସାଇ ଗୁରୁକୁଳ ବିଦ୍ୟାଳୟର ଚେୟାରମ୍ୟାନ ଅଜିତ ଶତପଥୀ, ପ୍ରମୋଦ ପ୍ରଧାନ, ସଞ୍ଜୀବ ପାତ୍ର ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ୨୧ ତାରିଖରେ ସଙ୍ଗୀତ ଓ ମଡେଲିଂ ପାଇଁ ପ୍ରତିଯୋଗିତା ସ୍ଥାନୀୟ ଆର୍‌ଏମସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ୨୨ରେ ଡ୍ୟାନ୍ସ, ସୋଲୋ ଓ ଡୁଏଟ୍‌ ଉପରେ, ୨୫ରେ ମିସ୍‌ ଘୁମୁସର ଓ ମିଷ୍ଟର ଘୁମୁସର ପ୍ରତିଯୋଗିତା ହେବ। କୃତୀ ପ୍ରତିଯୋଗୀମାନଙ୍କୁ ୨୫ରେ ପୁରସ୍କୃତ କରାଯିବ।
ପ୍ରତିଯୋଗିତା ଗୁଡିକରେ ବିଚାରକ ଭାବେ ଓଲିଉଡ ହିରୋ ଭିଭାସ, ବିଶ୍ୱଜିତ, କୋରିଓଗ୍ରାଫର ତନବିର୍‌,ନାନ୍ଦୁ, ହିନ୍ଦୁସ୍ଥାନ ଗୀତିକାର ମାଧବ ପରିଡା, ବିଦିଶା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ପୁରସ୍କାର ବିତରଣୀ ଉତ୍ସବରେ ଅଭିନେତ୍ରୀ ଜିନା, ଜୟା, ମୁଦ୍ରା,ପ୍ରିୟଙ୍କା ଓ ଅଭିନେତା ରୁଦ୍ର, ସମ୍ଭବ, ଭିଭାସ, ମଡେଲିଂ ଗୁରୁ ସାହିଲ ରାଜ,ପ୍ରଭାତ ଆସିବା ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି। ସଞ୍ଜୀବ କାର୍ଯ୍ୟକ୍ରମ ସଂଯୋଜନା କରିବେ। ମୁଭ୍‌ ଦି ୱାଲର୍ଡ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି। ସବ୍‌ ଜୁନିୟର ୮ବର୍ଷ ପର୍ଯ୍ୟନ୍ତ, ଜୁନିୟର ୮ରୁ ୧୪ ଓ ସିନିୟରରେ ୧୪ରୁ ୨୫ ବର୍ଷ ବୟସର ପ୍ରତିଯୋଗୀମାନେ ହିଁ ଭାଗ ନେଇପାରିବେ। ପ୍ରତିଯୋଗୀତା ଦିନ ହିଁ ନିଜ ନାମ ପଞ୍ଜୀକରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri