୨୫ରେ ଜିଏସ୍‌ଟି କାଉନ୍‌ସିଲ ବୈଠକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୫ରେ ଜିଏସ୍‌ଟି କାଉନସିଲ୍‌ର ୩୬ତମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଇଲେକ୍ଟ୍ରିକ୍‌ ଗାଡ଼ି(ଇ-ଯାନ) ଉପରେ ଆଦାୟ କରାଯାଉଥିବା ଟିକସ ହ୍ରାସ କରିବା ନେଇ ନିଷ୍ପତ୍ତି ନିଆଯିବ। ଭିଡ଼ିଓକନ୍‌ଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ସୋଲାର ପାଓ୍ବାର ଜେନେରେଶନ ସିଷ୍ଟମ୍ସ ଏବଂ ଓ୍ବିଣ୍ଡ ଟର୍ବାଇନ୍‌ ପ୍ରକଳ୍ପ ପାଇଁ ଜିଏସ୍‌ଟି ହାର ନିର୍ଦ୍ଧାରଣ କରାଯିବାର ସମ୍ଭାବନା ରହିଛି। କାଉନସିଲ୍‌ର ୩୫ତମ ବୈଠକରେ ଇ-ଯାନ, ଇ-ଚାର୍ଜର ଓ ଇ-ଯାନ ଭଡ଼ା ଉପରେ ଜିଏସ୍‌ଟି ହାର ନିର୍ଦ୍ଧାରଣ ସଂକ୍ରାନ୍ତରେ ସୁପାରିସ୍‌ କରିବାକୁ ଅଫିସର୍ସ କମିଟି ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। କମିଟିର ସୁପାରିସ୍‌କୁ ଏହି ବୈଠକରେ ଉପସ୍ଥାପନ କରାଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଘରୋଇ ଇ-ଯାନ ନିର୍ମାତାଙ୍କୁ ଆଶ୍ୱସ୍ତ କରିବାକୁ ଯାଇ କେନ୍ଦ୍ର ସରକାର ଏହା ଉପରେ ୧୨ ବଦଳରେ ୫% ଜିଏସ୍‌ଟି ଆଦାୟ କରିବାକୁ ପ୍ରସ୍ତାବ ଦେଇଛନ୍ତି। ପେଟ୍ରୋଲ, ଡିଜେଲ କାର୍‌ ଓ ହାଇବ୍ରିଡ ଗାଡ଼ି ଉପରେ ସର୍ବାଧିକ ୨୮% ଜିଏସ୍‌ଟି ଆଦାୟ କରାଯାଉଛି। ସୋଲାର ପାଓ୍ବାର ଉଦ୍ୟୋଗରେ ନିଆଯାଉଥିବା ଜିଏସ୍‌ଟି ହ୍ରାସ ପାଇଁ କାଉନ୍‌ସିଲ ବିଚାର କରୁ ବୋଲି ଦିଲ୍ଲୀ ହାଇକୋର୍ଟ ଗତ ମେ’ରେ ନିର୍ଦ୍ଦେଶ ଦେଇଥିଲେ। ଏସଂକ୍ରାନ୍ତରେ ଉଦ୍ୟୋଗ ପକ୍ଷରୁ ଏକ ମାମଲା ଦାଏର କରାଯାଇଥିଲା। ଏହାକୁ ଦୃଷ୍ଟିରେ ରଖି କାଉନସିଲ ଆସନ୍ତା ବୈଠକରେ ଏହାକୁ ନେଇ ଆଲୋଚନା କରିବ ଓ ନିଷ୍ପତ୍ତି ନେବ ବୋଲି ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri