୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ, ୫ ଗିରଫ

ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍‌ଠାରେ ପୋଲିସ ଏକ କାର୍‌ ତନଖି କରି ସେଥିରୁ ୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କାର୍‌ରେ ଥିବା ଡ୍ରାଇଭରଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୫୪ହଜାର ଟଙ୍କା ଜବତ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ଶେକ୍‌ ରସତୋଲା, ଡ୍ରାଇଭର କୃଷ୍ଣଚନ୍ଦ୍ର ପ୍ରଧାନ, କାର୍ତ୍ତିକ ମହାପାତ୍ର, ନରସିଂହ ସାମନ୍ତରାୟ, ରାଜକୁମାର ଗୋସ୍ବାମୀ। ଏନେଇ ଖନ୍ତାପଡା ଥାନାରେ ମାମଲା(ନଂ ୩୫୦/୧୯) ରୁଜୁ କରାଯାଇ ତଦନ୍ତ କରାଯାଉଛି ବୋଲି ଖନ୍ତାପଡା ଥାନା ଅଧିକାରୀ ଶ୍ରୀବଲ୍ଲଭ ସାହୁ କହିଛନ୍ତି। ଏହି କାର୍‌ ଜଳେଶ୍ୱରରୁ ପୁରୀ ଯାଉଥିବା ଥାନା ଏସ୍‌ଆଇ କେ.ପିଙ୍ଗୁଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri