୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସ୍ବତନ୍ତ୍ର ପୂଜା ସହିତ ମା’ ଭୋଗ ଗ୍ରହଣ କରିଛନ୍ତି। ରୀତିନୀତି ଅନୁସାରେ ବିଧାୟକ ନାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହିତ ମା’ଙ୍କୁ ନିମନ୍ତ୍ରଣ କରିଥିଲେ। ପରେ ବିରାଟ ପଟୁଆରରେ ମା’ ଅସ୍ଥାୟୀ ମଣ୍ଡପରୁ ବାହାରି ମା’ଙ୍କ ଘଟ ନଗର ପରିକ୍ରମା କରିଥିଲେ। ଏଥିରେ ଆନ୍ଧ୍ର କାଳୀ, ଖଡ଼ଗପୂର କାଳୀ ସହ ରାଜ୍ୟ ଏବଂ ରାଜ୍ୟ ବାହାରୁ ୨୫ ଗ୍ରୁପର ବିଭିନ୍ନ କଳାକାରମାନେ ବିରାଟ ପାଟୁଆରେ ମା’ଙ୍କ ସହିତ ସାମିଲ ହୋଇଥିଲେ। ମଧ୍ୟାହ୍ନରେ ବିଧାୟକଙ୍କ ପକ୍ଷରୁ ୧୦ ହଜାରରୁ ଅଧିକ ଲୋକଙ୍କ ନିମନ୍ତେ ଅନ୍ନ ଭୋଗର ଆୟୋଜନ କରାଯାଇଥିଲା। ସନ୍ଧ୍ୟାରେ ଅସ୍ଥାୟୀ ମଣ୍ଡପରେ ମା‘ଙ୍କ ଆଳତି ଦର୍ଶନ କରିବା ନିମନ୍ତେ ବିଧାୟକଙ୍କ ସହ ପ୍ରବଳ ଜନସମାଗମ ହୋଇଥିଲା। ମା’ଙ୍କ ଯାତ୍ରା ଅବସରରେ ଛତ୍ରପୁର ଅନସ୍ଲୋ ଖେଳ ପଡିଆ ଠାରେ ରାମଦୋଳି ଓ ମିନା ବଜାର ଖୋଲାଯାଇଥିବା ବେଳେ ଲୋକେ ଏହାର ମଜା ଉଠାଉଥିବା ଦେଖିବାକୁ ମିଳିଛି l ମା’ଙ୍କ ଯାତ୍ରା ପାଇଁ ସାରା ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ସହରର ସମସ୍ତ ପ୍ରବେଶ ପଥକୁ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଥିବା ଦେଖିବାକୁ ମିଳିଛି। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମୁତୟନ ରହିଛନ୍ତି। ଆସନ୍ତା ୧ରୁ ୫ ତାରିଖ ପ୍ରଯ୍ୟନ୍ତ ଛତ୍ରପୁର ମହୋତ୍ସବ ଅନୁଷ୍ଠିତ ହେବ ଯାହାକି ଯାତ୍ରାକୁ ଆହୁରି ଆକର୍ଷଣ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri