ଭୁବନେଶ୍ୱର,୧୧।୮(ଅନୁରାଧା ମହାରଣା) – ଓଡିଶାର ସମସ୍ତ ବେସରକାରୀ ଅନୁଦାନ ଓ ଅଣଅନୁଦାନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ତଥା ସଂସ୍କୃତ ଅନୁଷ୍ଠାନର ପରିଚାଳନା କମିଟି ଦ୍ୱାରା ୨୦୦୮ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ପ୍ରାୟ ୨୫ ଦିନ ହେଲାଣି ଗାନ୍ଧୀମାର୍ଗରେ ଅହୋରାତ୍ର ଧାରଣାରେ ବସିଛନ୍ତି। ସରକାରୀ ଅନୁଦାନ ଦାବି ନେଇ ଦୁଇଥର ମହାସମାବେଶ ଆୟୋଜନ ହୋଇଥିଲେ ମଧ୍ୟ ସରକାରୀ ସ୍ତରରୁ କୌଣସି ସୁଫଳ ମିଳିନାହିଁ। ଦୀର୍ଘବର୍ଷ ଧରି ନିରବଚ୍ଛିନ୍ନ ଭାବେ ନିଷ୍ଠାର ସହ ଅକ୍ଲାନ୍ତପରିଶ୍ରମ କରି ଶିକ୍ଷାପ୍ରଦାନ କରି ଆସୁଥିଲେ ମଧ୍ୟ ସରକାରୀ ଅନୁଦାନରୁ ସେମାନେ ବଞ୍ଚତ୍ତ ହୋଇଛନ୍ତି। ସରକାର ବାରମ୍ବାର ଦେଇ ଆସୁଥିବା ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ହେଉଛି ବୋଲି ଆନ୍ଦୋଳନକାରୀମାନେ କ୍ଷୋଭର ସହ କହିଛନ୍ତି। ଗତ ଜୁନ୍ ୨୪ରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୂତନ ଅନୁଦାନ ନୀତିର ପ୍ରକ୍ରିୟାକରଣ ପାଇଁ ଚିଠି ପ୍ରକାଶ ପାଇଥିଲା। ମାତ୍ର ୨୮ ତାରିଖରେ ମନ୍ତ୍ରୀସ୍ତରୀୟ କମିଟିରେ ବିଚାରଧୀନ ରହିଛି ଦର୍ଶାଇ ଉକ୍ତ ଚିଠିଟିକୁ ପ୍ରତ୍ୟାହାର କରିନିଆଯାଇଛି। ଇତିମଧ୍ୟରେ ମନ୍ତ୍ରୀସ୍ତରୀୟ କମିଟି ୪ଥର ବସିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ସଂଘ ଜୁଲାଇ ୧୮ରୁ ଗାନ୍ଧୀମାର୍ଗରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନକୁ ଓହ୍ଲାଇଛି। ମାତ୍ର ପ୍ରତିନିଧି ମଣ୍ଡଳୀ ସହିତ ଆଲୋଚନା ଚାଲିଛି କହି ସରକାର ଚୁପ୍ହୋଇ ବସିଛନ୍ତି। ସରକାର ଯଥାଶୀଘ୍ର ଏକମାତ୍ର ସରକାରୀ ଅନୁଦାନ (ଜିଆଇଏ) ଘୋଷଣା କରନ୍ତୁ। ଯଦି ଏଥର କୌଣସି ଟାଳଟୁଳନୀତି ପ୍ରୟୋଗ କରନ୍ତି, ତେବେ ସଂଘ ପକ୍ଷରୁ ଏହାର ଘୋର ପ୍ରତିବାଦ କରାଯିବ ଓ ଯେଉଁ ଅପ୍ରୀତିକର ପରିସ୍ଥତି ସୃଷ୍ଟିହେବ ସେଥିପାଇଁ ସରକାର ଦାୟୀ ରହିବେ ବୋଲି ସଂଘ ସଭାପତି ଡ. ଦେବବିଜୟ ମିଶ୍ର ଚେତାବନୀ ଦେଇଛନ୍ତି।
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ
କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...
ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...
ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…
ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...
Archives


